ରାଜଧାନୀର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ଦୁଇ ଗୁରୁତର
ଭୁବନେଶ୍ବର,୬।୫: ଲକ୍ଷ୍ମୀସାଗର ବସନ୍ତଭିଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁରେ ବାଷ୍ପରୁଦ୍ଧ ହୋଇ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି । ଦୁଇଜଣ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହାପରେ ଆପାର୍ଟମେଣ୍ଟରୁ ବୟସ୍କ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ତେବେ ପ୍ରାଥମିକ ଅନୁସନ୍ଧାନରୁ ସର୍ଟ ସର୍କିଟ୍ କାରଣରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

