ବହଲପଦର ପଞ୍ଚାୟତ କାର୍ଯ୍ୟାଳୟ ରେ ଜିଲ୍ଲାପାଳ , ଆରକ୍ଷୀ ଅଧୀକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଓ ଉପସମ ଶିବିର ଆୟୋଜିତ
ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବହଲପଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।
ସୋମବାର ଏହି ଶିବିରରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୨ (ବାଷଠି)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୪୨ (ବୟାଳିଶି)ଟି ବ୍ୟକ୍ତିଗତ ଓ ୨୦ (କୋଡିଏ)ଟି ସାମୁହିକ ଦରଖାସ୍ତ ଥିଲା।
ଶୁଣାଣି ସମୟରେ ୧୮ (ଅଠର)ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ତହସିଲଦାର ସୁଶ୍ରୀ ସୁଚିସ୍ମିତା ପାଣିଗ୍ରାହୀ, ବହଲପଦର ସରପଞ୍ଚ ଶ୍ରୀମତୀ ନିରୁପମା ସେଠି ପ୍ରମୁଖ ମଞ୍ଚାସିନ ଥିଲେ ।
ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ଶ୍ରୀ ରାଜୀବ ହାଂସଦା ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜଣ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

