Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବହଲପଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଜନ ଜାତିୟ ଗାରିମା ଉତ୍ସବ-2026 ର ଶୁଭାରମ୍ଭ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲା ମଙ୍ଗଳ ବିଭାଗ ଦ୍ୱାରା ଜନ ଜାତୀୟ ଗାରିମା ଉତ୍ସବ-୨୦୨୬ର ଶୁଭାରମ୍ଭ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ପ୍ରଥମ ଦିନରେ ‘ଜନ ଭାଗିଦାରୀ, ସବସେ ଦୂର, ସବସେ ପେହଲେ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।
ଏହି ଉତ୍ସବ ମାଧ୍ୟମରେ ସୁବର୍ଣ୍ଣପୁର ଜିଲ୍ଲାର ୩ଟି ଅନୁସୂଚିତ ଜନଜାତି ଗ୍ରାମର ସାମଗ୍ରିକ ବିକାଶ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ। ବୀରମହାରାଜପୁରର କୁଞ୍ଜାପାଲି, ବିନିକା ବ୍ଲକର ଆଖିଦାଦର ଏବଂ ଉଲୁଣ୍ଡା ବ୍ଲକର ବ୍ରାହ୍ମଣୀପାଲି ଗ୍ରାମକୁ ଏହି ଉତ୍ସବ ପାଇଁ ଚୟନ କରାଯାଇଛି। ଆସନ୍ତା ୨୫.୦୫.୨୦୨୬ ପର୍ଯ୍ୟନ୍ତ ଉତ୍ସବ ପାଳନ କରାଯିବ। ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଏହି ତିନୋଟି ଗ୍ରାମରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ପାଇଁ ନିର୍ଦେଶ ଦିଆଯାଇଛି।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ଶ୍ରୀ ସୁରେନ୍ଦ୍ର ମେହେର, ତହସିଲଦାର ସୁଶ୍ରୀ ସୁଚିସ୍ମିତା ପାଣିଗ୍ରାହୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ହାଂସଦା ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଚ୍ୟୁତାନନ୍ଦ ସିଂହ ପରିଚାଳନା କରିଥିବାବେଳେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଯୁକ୍ତା ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲାର ସମସ୍ତ ଅଧିକାରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ