Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରବଳ ବର୍ଷିବ; ଏହି ସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଥିବା ବେଳେ କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ପାଇଁ ଆଲର୍ଟ ଜାରି କରାଯାଇଛି। ଝଡବର୍ଷା ବେଳେ ପବନର ବେଗ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ରହିବା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

କାଳବୈଶାଖୀ ସହ ପ୍ରବଳ ବେଗରେ ପବନ ହେବାକୁ ଥିବାରୁ ଫସଲ ନଷ୍ଟ ହୋଇପାରେ । ବଜ୍ରପାତ ଓ ପାଗକୁ ଦେଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପାଣିପାଗ ବିଭାଗ ନିର୍ଦ୍ଦେଶ ଦେଇଛି ।

ସେହିଭଳି କାଳବୈଶାଖୀ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ଭଦ୍ରକ, ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ