Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ବର: ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୟୁନିଫର୍ମ । ଚଳିତ ଶିକ୍ଷା ବର୍ଷରୁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମାଗଣା ୟୁନିଫର୍ମ। ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନାରେ ଅଧୀନରେ ଏହା ପ୍ରଦାନ କରାଯିବ । ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଦିଆଯିବ ମାଗଣା ୟୁନିଫର୍ମ। ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି।

ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ୟୁନିଫର୍ମ ପ୍ରଦାନ କରାଯାଉଛି। ଏବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମଧ୍ୟ ଏହି ଯୋଜନା‌ରେ ସାମିଲ ହେବେ। ତେବେ ରାଜ୍ୟର ସମସ୍ତ ପିଲାଙ୍କୁ ମାଗଣା ଏବଂ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ