Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋଦାବରିଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସଵ, ଯୋଗଦେଲେ ବିଧାୟକ ଓ ଜନପ୍ରତିନିଧି।

​କଳାହାଣ୍ଡି,୦୭/୦୬
କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ଅନ୍ତର୍ଗତ ରଣମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ରାଜ୍ୟ ସରକାରଙ୍କ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ “ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ”ର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅତ୍ୟନ୍ତ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି।
​ଏହି ଭବ୍ୟ ସମାରୋହରେ ବ୍ଲକ ଗୋଷ୍ଠି ଶିକ୍ଷା ଅଧିକାରୀ ମହେଶ ଭାଟି ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗଦେଇ ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ଜୟପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ଥବିର ବାଗ,ତହସିଲଦାର ଶ୍ରୀମତୀ ଦୀପ୍ତିରେଖା ବାଗ,ସାଂସଦ ପ୍ରତିନିଧି ଜଗନ୍ନାଥ ମାଝୀ,ବରିଷ୍ଠ ସାମ୍ବାଦିକ ଶେଷଦେଵ ବେହେରା,ଗାନ୍ଧିଜୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଭିକ୍ଷାକାରୀ ସାହୁ,ପ୍ରଧାନ ଶିକ୍ଷକ ସଞ୍ଜୟ ପାଣିଗ୍ରାହୀ, ଏସଏମସି ସଭାପତି ଦିଲୀପ ବିଶ୍ୱାଳ,ର ସୁଧୀର ପଣ୍ଡା , ଶିବଶଙ୍କର ବାଗ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷାର ବିକାଶ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।କାର୍ଯ୍ୟକ୍ରମ ଶେଷରେ ରଣମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ୍, ଅଭିଭାବକ,ଶିକ୍ଷକ,ଶିକ୍ଷୟିତ୍ରୀ,ସ୍ଥାନୀୟ ବିଜେପି କର୍ମକର୍ତ୍ତା, ସ୍କୁଲ ପରିଚାଳନା କମିଟି ସଦସ୍ୟ ସଦସ୍ୟା, ସୁଭଦ୍ରା ଶକ୍ତି ମହିଳା,ସ୍କୁଲ ଛାତ୍ରଛାତ୍ରୀ ଏବଂ ବହୁ ସଂଖ୍ୟାରେ ଜନ ସାଧାରଣ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ