Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ; ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ

ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ବିଜ୍ଞାନରେ ପାସ ହାର ରହିଛି ୮୪.୯୩ ପ୍ରତିଶତ । ସେଥିରୁ ଛାତ୍ରୀଙ୍କ ପାସ ହାର ୮୫.୬୭ ପ୍ରତିଶତ ଥିବାବେଳେ ଛାତ୍ରଙ୍କ ପାସହାର ରହିଛି ୮୪.୨୮ ପ୍ରତିଶତ। ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଥିବା ଜଣାପଡିଛି।

୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ୨୪ହଜାର ୨୫୭ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୧୪ହଜାର ୮୫୨ ଜଣ ଛାତ୍ରଛାତ୍ରୀ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ