Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୪ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଦିନରେ ଅସହ୍ୟ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ସେପଟେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ବସ୍ତି ଆଣିଦେଉଛି। ତେବେ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଜାରି ରହିବ।

ବିଶେଷ କରି ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ଏହାକୁ ଦୃଷ୍ଟିରେ ରଖି ଆଜି ୨୦ଟି ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେପଟେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

ଗତକାଲି ମଧ୍ୟ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଥିଲା। ବର୍ଷା ସାଙ୍ଗକୁ ବଜ୍ରପାତ ଓ ପବନ ମଧ୍ୟ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ