ବିକାଶ ର ଧାରା, ଓଡିଶା ସାରା କାର୍ଯ୍ୟକ୍ରମରେ ଆଦିବାସୀ ନୃତ୍ୟ ପରିବେଷଣ
ବୀରମହାରାଜପୁର : ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ “ବିକାଶର ଧାରା, ଓଡ଼ିଶା ସାରା” ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମରେ ଆଜି ଆଦିବାସୀ ନୃତ୍ୟ ପରିବେଷଣ ହୋଇଥିଲା l ଏ ଅବସରରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା , ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜିବ ହାଁସଦା, ବିଜେପି ଜିଲ୍ଳା ସଭାପତି ବେଣୁଧର ଦାଶ, ଏମ୍. ପି ନମିନି ନଳିନୀ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ l

