ବୀରମହାରାଜପୁର କଲ୍ଯାଣ ମଣ୍ଡପ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ
ବୀରମହାରାଜପୁର :
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପରେ “ବିକାଶର ଧାରା ଓଡିଶା ସାରା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ମୁଖ୍ୟ ଅତିଥି ଭାବେ ବିଧାୟକ ରଘୁନାଥ ଜଗଦଲା ଯୋଗଦେଇ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବାକୁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ଓ ଅଙ୍ଗନୱାଡି କର୍ମୀଙ୍କୁ ମୋବାଇଲ ଫୋନ ବଣ୍ଟନ ଆଦି କରାଯାଇଥିଲା l କାର୍ଯ୍ୟକ୍ରମ ରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜୀବ ହାଁସଦା ସଭାପତିତ୍ୱ କରିଥିବାବେଳେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା , ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମଞ୍ଚାସୀନ ଥିଲେ l ଏ ଅବସରରେ ବହୁ ସଂଖ୍ୟାରେ ବିଭିନ୍ନ ହିତାଧିକାରୀ, ସ୍ଵୟଂ ସହାୟକ ଗୋଷ୍ଠୀ ର ମହିଳା ଓ ଅଙ୍ଗନୱାଡ଼ି କର୍ମୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ I

