ଆରମ୍ଭ ହୋଇଛି ବିଜେପିର ମହାଜନସମ୍ପର୍କ ଅଭିଯାନ; ଓଡ଼ିଶାରେ ହେବ ୪ଟି ମହାରାଲି, ସାମିଲ ହେବେ ମୋଦୀ!


ଭୁବନେଶ୍ବର: ଆରମ୍ଭ ହୋଇଛି ବିଜେପିର ମହାଜନସମ୍ପର୍କ ଅଭିଯାନ । ସାରା ଦେଶରେ ୫୧ଟି ମହାରାଲି ଆୟୋଜନ ହେବ। ଏହା ଭିତରେ ଓଡ଼ିଶାରେ ୪ଟି ମହାରାଲି କରାଯିବା ନେଇ ସୂଚନା ମିଳିଛି । ତେବେ ଏହି ମହାଜନସମ୍ପର୍କ ଅଭିଯାନରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ତେବେ ପ୍ରଧାନମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ପ୍ରମୁଖ ମହାରାଲିରେ ଯୋଗଦେବେ । ଏହା ସହ ରାଜ୍ୟରେ ହଜାରେରୁ ଅଧିକ ଜନସଭା ଅନୁଷ୍ଠିତ ହେବ । କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ, ଅର୍ଜୁନ ମୁଣ୍ଡା, ନିତ୍ୟାନନ୍ଦ ରାୟଙ୍କ ସମେତ ଓଡ଼ିଶାର ତିନି ଜଣ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।