Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାମୁଁ ଘରକୁ ଆସିଥିବା ଯୁବକଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ଥାନା ଅନ୍ତର୍ଗତ ବରୁଣାଡ଼ିଆ ଗାଁରେ ଜଣେ ଯୁବକଙ୍କ ଉପରେ ଭୁଜାଲିରେ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନା ଅନୁସାରେ, ଆରସା ଗାଁର ସୌରଭ ମାମୁଁ ଘରକୁ ବୁଲିବାକୁ ଆସିଥିବା ବେଳେ କିଛି ଦୁର୍ବୃତ୍ତ ହଠାତ୍ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଘଟଣା ପରେ ସମଗ୍ର ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଆକ୍ରମଣରେ ସୌରଭ ଗୁରୁତର ଆହତ ହୋଇ ରକ୍ତାକ୍ତ ଅବସ୍ଥାରେ ଜୁଡୁବୁଡୁ ହୋଇ ଘଟଣାସ୍ଥଳରେ ପଡ଼ିରହିଥିଲେ। ଏହାପରେ ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ରହି ଥିବା ସୂଚନା ମିଳିଛି। ଖବର ପାଇ ରାଜକନିକା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ପଛର ପ୍ରକୃତ କାରଣ ଏବଂ ଏଥିରେ କାହାର ସମ୍ପୃକ୍ତି ରହିଛି ସେନେଇ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ