Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୨ରେ ଉତ୍ତର ଓଡ଼ିଶାରେ ଘୂର୍ଣ୍ଣିବଳୟ ସମ୍ଭାବନା, ପୁଣି ବଢ଼ିବ ବର୍ଷା; ଏହି ଜିଲ୍ଲାକୁ ସତର୍କ ସୂଚନା

This intense weather scene captures the raw power of nature with storm clouds billowing across an overcast sky, heavy rainfall, and flashes of lightning illuminating the dark atmosphere. The dramatic, moody sky and cascading raindrops evoke a sense of powerful energy and impending force, perfect for visualizing extreme weather conditions. The composition showcases a blend of ominous clouds and heavy rain, ideal for projects focusing on nature, meteorology, or environmental themes.

ରାଜ୍ୟରେ ବର୍ଷାର ପ୍ରକୋପ ମଙ୍ଗଳବାରଠାରୁ ସାମୟିକ ଭାବେ କମିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ, କିନ୍ତୁ ବ୍ୟାପକ ବର୍ଷାର ଆଶଙ୍କା ନାହିଁ। ତେବେ ଆସନ୍ତା ୧୨ ତାରିଖରେ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପୁଣି ଥରେ ବର୍ଷାର ପରିମାଣ ବଢ଼ିପାରେ। ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ଆକଳନ କରିଛନ୍ତି।

ପାଣିପାଗ ବିଭାଗ ଅନୁଯାୟୀ, ଆଜି ପୂର୍ବାହ୍ନ ସାଢ଼େ ୮ଟା ପର୍ଯ୍ୟନ୍ତ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୮ଟି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଅନ୍ୟ ୭ଟି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇ ସ୍ଥାନୀୟ ପ୍ରଶାସନ ଓ ଜନସାଧାରଣଙ୍କୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ସମେତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ। ତଥାପି ପ୍ରବଳ ବର୍ଷା ସମୟରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରୁଥିବାରୁ ସ୍ଥାନୀୟ ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବା ସହ ସାଧାରଣ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ