Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁଣି ଚିନ୍ତା ବଢ଼ାଇଲା କରୋନା! ଜଣଙ୍କ ମୃତ୍ୟୁ, ୪ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ପୁଣି କରୋନା ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଛି। ଆନ୍ଧ୍ରପ୍ରଦେଶରେ କୋଭିଡ୍‌ରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାପରେ ସ୍ୱାସ୍ଥ୍ୟ ବିଭାଗ ସତର୍କତା ବଢ଼ାଇଛି।

କଡପ୍ପାର ଜଣେ ୪୬ ବର୍ଷୀୟ ବ୍ୟକ୍ତିଙ୍କୁ ଭେଲ୍ଲୋର ସିଏମସି ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ପରେ ୪ ଦିନ ଚିକିତ୍ସା ଚାଲିଥିବା ପରେ ଏବେ ତାଙ୍କର ମୃତ୍ୟୁ ହୋଇଛି ।

ଏହାସହ କଡପ୍ପା ଓ ତିରୁପତି ଜିଲ୍ଲାରେ ଆଉ ୪ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରାଯାଉଥିବାବେଳେ ପ୍ରଭାବିତ ଅଞ୍ଚଳକୁ ସାନିଟାଇଜ୍‌ କରାଯାଇଛି। ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲରେ ଆଇସୋଲେସନ ବେଡ୍‌, ଆଇସିୟୁ, ଅକ୍ସିଜେନ, ଭେଣ୍ଟିଲେଟର, ଔଷଧ ଓ ରାପିଡ୍‌ ଟେଷ୍ଟ କିଟ୍‌ର ଉପଲବ୍ଧତା ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ତଥ୍ୟ ମାଗିଛି। ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରାଇବା ଓ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ