Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଗାମୀ ୭ ଦିନ ରାଜ୍ୟରେ ଲଗାଣ ବର୍ଷା, ୧୩ରୁ ପ୍ରବଳ ବର୍ଷା ସମ୍ଭାବନା

This intense weather scene captures the raw power of nature with storm clouds billowing across an overcast sky, heavy rainfall, and flashes of lightning illuminating the dark atmosphere. The dramatic, moody sky and cascading raindrops evoke a sense of powerful energy and impending force, perfect for visualizing extreme weather conditions. The composition showcases a blend of ominous clouds and heavy rain, ideal for projects focusing on nature, meteorology, or environmental themes.

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଗାଙ୍ଗେଟିକ ପଶ୍ଚିମବଙ୍ଗ ସହ ବାଂଲାଦେଶ ଉପରେ ସକ୍ରିୟ ଘୁର୍ଣ୍ଣିବଳୟର ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷାର ପରିମାଣ ବଢ଼ିବ। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୭ ଦିନ ଧରି ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ବିଶେଷକରି ଜୁଲାଇ ୧୩ ତାରିଖରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ପତନଠାରୁ ୪.୫ରୁ ୪.୮ କିଲୋମିଟର ଉଚ୍ଚତାରେ ଘୁର୍ଣ୍ଣିବଳୟ ସକ୍ରିୟ ଥିବାରୁ ମୌସୁମୀ ବର୍ଷା ଆହୁରି ଜୋରଦାର ହେବ ବୋଲି ଆକଳନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜୁଲାଇ ୧୬ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ସହ ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ଣ୍ଣିଂ ଜାରି ହୋଇଛି ।

ରାଜ୍ୟରେ ଚଳିତ ମୌସୁମୀ ବର୍ଷା ସ୍ୱାଭାବିକଠାରୁ ଅଧିକ ରହିଛି। ଜୁନ୍‌ ୧ରୁ ଏପର୍ଯ୍ୟନ୍ତ ମୋଟ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଯାହା ସ୍ୱାଭାବିକ ବର୍ଷାଠାରୁ ୧୨ ପ୍ରତିଶତ ଅଧିକ। ଗତ ୨୪ ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ସର୍ବାଧିକ ୭୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୬ଟି ଜିଲ୍ଲାରେ ଅତ୍ୟଧିକ, ୫ଟି ଜିଲ୍ଲାରେ ଅଧିକ ଏବଂ ୧୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ମୟୁରଭଞ୍ଜ, ବାଲେଶ୍ୱର, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଏବେ ବି ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍‌ ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories