Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁଣି ସକ୍ରିୟ ହେଲା ମୌସୁମୀ ବାୟୁ; ଆସନ୍ତା ୫ ଦିନ ପ୍ରବଳ ବର୍ଷା, ଏକାଧିକ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ମୌସୁମୀ ବାୟୁ ସକ୍ରିୟ ହୋଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ବିଜୁଳି ଏବଂ ପବନ ବହିବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପାଗ ଅଧିକ ପ୍ରଭାବିତ ହେବା ଆଶଙ୍କା ଥିବାରୁ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଲଘୁଚାପ ପ୍ରଭାବରେ ଉତ୍ତର ଓ ପୂର୍ବ ଓଡ଼ିଶାର ୧୪ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ୧୫ ଜୁଲାଇରେ କନ୍ଧମାଳ ଏବଂ ୧୬ ଜୁଲାଇରେ କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୫ ଓ ୧୬ ତାରିଖରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ନେଇ ୟେଲୋ ଆଲର୍ଟ ମଧ୍ୟ ଜାରି ରହିଛି। ଅନ୍ୟପଟେ ଉପକୂଳ ଓଡ଼ିଶାରେ ଆସନ୍ତା ଦୁଇ ଦିନ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ସୂଚନା ଅନୁସାରେ, ୧୭ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବ। ଓଡ଼ିଶା ଉପକୂଳରେ ମେଘୁଆ ପାଗ ସହ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ଏବଂ ଝଟକା ପବନ ୫୫ କିଲୋମିଟର ପର୍ଯ୍ୟନ୍ତ ବହିପାରେ। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ତେଣୁ୧୩ରୁ ୧୭ ଜୁଲାଇ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories