Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ପାଇଁ ଜାରି ହେଲା ନୂଆ ଏସଓପି; ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ସୁବିଧା

ଭୁବନେଶ୍ୱର: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ସରକାର ସ୍ୱତନ୍ତ୍ର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (ଏସଓପି) ଜାରି କରିଛନ୍ତି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି ଯେ, ଆର୍ଥିକ ସମସ୍ୟା କାରଣରୁ ରାଜ୍ୟର କୌଣସି ଛାତ୍ରଛାତ୍ରୀ ଆଉ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ। ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ଶିକ୍ଷାର ସୁବିଧା ମିଳିବାକୁ ସରକାର ସମସ୍ତ ଆବଶ୍ୟକ ପଦକ୍ଷେପ ନେଇଛନ୍ତି।

ନୂଆ ଏସଓପିରେ କେଉଁ ଛାତ୍ରଛାତ୍ରୀ ଏହି ଯୋଜନାର ସୁବିଧା ପାଇବେ, କିପରି ଆବେଦନ କରିବେ ଏବଂ କେଉଁ ସଂସ୍ଥା ଏହାର କାର୍ଯ୍ୟକାରିତା ଉପରେ ନଜର ରଖିବ, ସେନେଇ ସ୍ପଷ୍ଟ ନିର୍ଦ୍ଦେଶାବଳୀ ପ୍ରକାଶ କରାଯାଇଛି। ଛାତ୍ରଛାତ୍ରୀଙ୍କ ନାମଲେଖା, ଫି ପରିଶୋଧ ଓ ଅନ୍ୟାନ୍ୟ ପ୍ରକ୍ରିୟାକୁ ସରଳ ଏବଂ ସ୍ୱଚ୍ଛ କରିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି।

ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ଟଙ୍କାର ଅଭାବ କୌଣସି ମେଧାବୀ ଛାତ୍ରଛାତ୍ରୀଙ୍କ ଶିକ୍ଷାରେ ବାଧକ ସାଜିବାକୁ ସରକାର ଦେବେ ନାହିଁ। ଗୁଣାତ୍ମକ ଶିକ୍ଷାକୁ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ଶିକ୍ଷା କ୍ଷେତ୍ରରେ ସମାନ ସୁଯୋଗ ସୃଷ୍ଟି କରିବା ଏହି ଯୋଜନାର ମୂଳ ଲକ୍ଷ୍ୟ ବୋଲି ସେ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ