ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର; ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ


ପୁରୀ: ରବିବାର ଦେବସ୍ନାନ ପୂର୍ଣ୍ଣିମା । ଭକ୍ତଙ୍କୁ ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ ଲାଗି ଲକ୍ଷାଧିକ ସଂଖ୍ୟାରେ ଭକ୍ତଙ୍କ ଭିଡ଼ ଜମିବ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବଡ଼ଦାଣ୍ଡରେ ବାରିକେଡିଂ ବ୍ୟବସ୍ଥା ମଧ୍ୟ ଆରମ୍ଭ ହୋଇଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ବ୍ୟବସ୍ଥା କରାଯାଇଛି।

ଭିଡ଼କୁ ଦୃଷ୍ଟିରେ ରଖି ଚଳିତବର୍ଷ ଦେବସ୍ନାନ ପୂର୍ଣ୍ଣିମାକୁ ସୁରୁଖୁରୁରେ ପରିଚାଳନା କରିବା ଲାଗି ୭୫ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ କରାଯିବ। ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ଉପରେ ସମୀକ୍ଷା କରୁଛି ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ। ଜୁନ୍‌ ୨୦ରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ଚଳଚଞ୍ଚଳ ଶ୍ରୀକ୍ଷେତ୍ର।