Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାତି ପ୍ରାୟ ୯ଟାରୁ ବିଳମ୍ବିତ ରାତି ୩ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ, ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି ଅବସରରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ରାତି ପ୍ରାୟ ୯ଟାରୁ ବିଳମ୍ବିତ ରାତି ୩ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗିଥିବା ବେଳେ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି।

ଶାସ୍ତ୍ର ଅନୁଯାୟୀ ଆଡ଼ପ ମଣ୍ଡପକୁ ମହାପ୍ରଭୁଙ୍କ ଜନ୍ମବେଦି ବୋଲି କୁହାଯାଏ ଏବଂ ଏହା ତାଙ୍କର ସବୁଠାରୁ ପ୍ରୀତିପଦ ସ୍ଥାନ ବୋଲି ବିଶ୍ୱାସ ରହିଛି। ଏହି କାରଣରୁ ରଥଯାତ୍ରା ସମୟରେ ଆଡ଼ପ ମଣ୍ଡପରେ ଦର୍ଶନର ବିଶେଷ ମହତ୍ତ୍ୱ ରହିଥାଏ। ଭକ୍ତଙ୍କ ବ୍ୟାପକ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଏହାପୂର୍ବରୁ ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ରଥ ଉପରେ ଚନ୍ଦନଲାଗି, ବଡ଼ସିଂହାର ବେଶ, ଭୋଗ ଓ ପହୁଡ଼ ସମେତ ବିଭିନ୍ନ ନୀତି ସମ୍ପନ୍ନ ହୋଇଥିଲା। ରବିବାର ସକାଳେ ମଙ୍ଗଳ ଆଳତି, ମହାସ୍ନାନ, ବେଶ ଓ ମଧ୍ୟାହ୍ନଧୂପ ନୀତି ଶେଷ ହେବା ପରେ ସନ୍ଧ୍ୟାଧୂପ ପରେ ଘୋଡ଼ା ଫିଟା ଏବଂ ଚାରବନ୍ଧା ନୀତି ମଧ୍ୟ ସମ୍ପନ୍ନ ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ