ଆମପାଣି ପଞ୍ଚାୟତ ରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ।
କଳାହାଣ୍ଡି,୨୦/୦୭
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଗ୍ରାମ ପଞ୍ଚାୟତ ସଭାଗୃହ ରେ ସୋମବାର ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ କୋକସରା ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ,ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, କନିଷ୍ଠ ଯନ୍ତ୍ରୀ, ସମିତି ସଭ୍ୟା ନର୍ତ୍ତକୀ ଦଣ୍ଡସେନା ସମେତ ବିଭାଗୀୟ ଅଧିକାରୀ କର୍ମଚାରୀ ମାନେ ଉପସ୍ଥିତ ରହି ଆମପାଣି ପଂଚାୟତ ର ବିଭିନ୍ନ ଗ୍ରାମ ରୁ ଅଭିଯୋଗ ନେଇ ଆସିଥିବା ହିତାଧିକାରୀଙ୍କ ଅଭିଯୋଗ ପତ୍ର ଗ୍ରହଣ ସହ ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ବିଡ଼ିଓ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟକ୍ରମ କୁ ପଂଚାୟତ ନିର୍ବାହୀ ଅଧିକାରୀ ଯୁଗେଶ୍ୱର ବେମାଲ ପରିଚାଳନା କରିଥିବା ବେଳେ ପଂଚାୟତ ର କର୍ମଚାରୀ ମାନେ ସହଯୋଗ କରିଥିଲେ। ମୋଟ ୩୫ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ପିଇଓ ବେମାଲ ସୂଚନା ଦେଇଛନ୍ତି।

