Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁନ୍‌ରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ନେତା; ୧୭ରେ ଶାହ, ୨୨ରେ ଆସିବେ ନଡ୍ଡା

ଭୁବନେଶ୍ୱର: ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଜୁନ୍ ୧୭ରେ ଓଡିଶା ଗସ୍ତରେ ଆସିବେ ଅମିତ ଶାହ ଏବଂ ଜୁନ୍‌ ୨୨ରେ ଆସିବେ ନଡ୍ଡା। ଏ ନେଇ ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି  ମନମୋହନ ସାମଲ ।

ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଆରମ୍ଭ ହୋଇଛି ମହାଜନସମ୍ପର୍କ ଅଭିଯାନ। ମୋଦି ସରକାରର ଗୌରବମୟ ୯ ବର୍ଷ ଶାସନର ସଫଳତାକୁ ନେଇ ଦଳ ପକ୍ଷରୁ ଆରମ୍ଭ ହୋଇଛି ଏକ ମାସ ବ୍ୟାପୀ ‘ଜନସମ୍ପର୍କ ଅଭିଯାନ’  ।   ଆଉ ଏହି ‘ଜନସମ୍ପର୍କ ଅଭିଯାନ’ରେ ଯୋଗ ଦେବାକୁ ଓଡ଼ିଶା ଆସିବେ କେନ୍ଦ୍ରୀୟ ନେତା ।

ବିଜେପିର ଓଡିଶା ୟୁନିଟ୍ ଏକ ବ୍ୟାପକ ଜନସମ୍ପର୍କ କାର୍ଯ୍ୟକ୍ରମ ଯୋଜନା କରୁଛି ଯେଉଁଥିରେ ଦଳର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ନାଡାଙ୍କ ଭଳି ଦଳର ବରିଷ୍ଠ ନେତାମାନେ ଯୋଗଦେବେ। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ, ଅର୍ଜୁନ ମୁଣ୍ଡା, ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।