Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାମ

ଭୁବନେଶ୍ୱର: ରାଜ୍ୟ ସରକାର ସ୍କୁଲ ଶିକ୍ଷା ପ୍ରଶାସନରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାମ ପରିବର୍ତ୍ତନ କରିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ (Regional Directorate of Education)’କୁ ଏଣିକି ‘ଆଞ୍ଚଳିକ ସ୍କୁଲ ଶିକ୍ଷା ନିର୍ଦ୍ଦେଶାଳୟ (Regional Directorate of School Education)’ ନାମରେ ଜଣାଯିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରାଯାଇଛି।

କେବଳ ନିର୍ଦ୍ଦେଶାଳୟର ନାମ ନୁହେଁ, ‘ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ (Regional Director of Education)’ ପଦବୀର ନାମ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏହି ପଦବୀକୁ ଏଣିକି ‘ଆଞ୍ଚଳିକ ସ୍କୁଲ ଶିକ୍ଷା ନିର୍ଦ୍ଦେଶକ (Regional Director of School Education)’ ଭାବେ ନାମକରଣ କରାଯାଇଛି। ସ୍କୁଲ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସ୍ପଷ୍ଟ ଓ ସୁସଂଗଠିତ କରିବା ଉଦ୍ଦେଶ୍ୟରେ ଏହି ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି।

ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ସମସ୍ତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଏବେଠାରୁ ‘ଆଞ୍ଚଳିକ ସ୍କୁଲ ଶିକ୍ଷା ନିର୍ଦ୍ଦେଶାଳୟ’ ନାମରେ ପରିଚିତ ହେବ। ସରକାରଙ୍କ ଏହି ନିଷ୍ପତ୍ତି ସ୍କୁଲ ଶିକ୍ଷା ପ୍ରଶାସନରେ ଏକ ସୁଧାର ଆଣିବା ସହ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁବ୍ୟବସ୍ଥିତ କରିବ ବୋଲି ଆଶା କରାଯାଉଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories