Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଝାରସୁଗୁଡ଼ାରେ ସପିଂ ମଲରେ ଭୟାବହ ଅଗ୍ନିକାଣ୍ଡ; ଜୁଏଲେରୀ ଦୋକାନ ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ

ଝାରସୁଗୁଡ଼ା ସହର ଉପକଣ୍ଠ ସରବାହାଲସ୍ଥିତ ଏକ ସପିଂ ମଲରେ ଗୁରୁବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଲ୍ ଖୋଲିବା ପୂର୍ବରୁ କୋଠା ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାମ ଆରମ୍ଭ କରିଥିଲେ।

ସୂଚନା ଅନୁସାରେ, ସରବାହାଲରେ ଥିବା ଭି ମାର୍ଟ ସପିଂ ମଲ ଓ ଏହା ପାଖରେ ଥିବା ଶଙ୍କର ଜୁଏଲର୍ସ ଏହି ଅଗ୍ନିକାଣ୍ଡରେ ପ୍ରଭାବିତ ହୋଇଛି। ଅଗ୍ନିଶମ ବିଭାଗ ସହ ବିଭିନ୍ନ ଶିଳ୍ପ ସଂସ୍ଥାର ପାଞ୍ଚଟି ଟିମ୍ ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ପ୍ରବଳ ଧୂଆଁ ଓ ଅଗ୍ନିର ତୀବ୍ରତା ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବହୁ ସମସ୍ୟା ସୃଷ୍ଟି ହୋଇଥିଲା। ତିନି ମହଲା ବିଶିଷ୍ଟ କୋଠାର ତଳ ମହଲାରୁ ନିଆଁ ବ୍ୟାପି ସମଗ୍ର କୋଠାକୁ ଗ୍ରାସ କରିଥିଲା।

ପ୍ରାଥମିକ ତଦନ୍ତରୁ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଓ ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଥିବା ଅନୁମାନ କରାଯାଉଥିଲେ ମଧ୍ୟ ପ୍ରକୃତ କ୍ଷୟକ୍ଷତିର ଆକଳନ ଏପର୍ଯ୍ୟନ୍ତ ହୋଇପାରିନାହିଁ। ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ସମ୍ପୂର୍ଣ୍ଣ ଆୟତ୍ତକୁ ଆଣିବା ସହ ଅଗ୍ନିକାଣ୍ଡର ପ୍ରକୃତ କାରଣ ଖୋଜିବା ପାଇଁ ତଦନ୍ତ ଜାରି ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories