Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ: ରବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ଯାତ୍ରା ଲାଗି ଶ୍ରୀଜିଉଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି ଶ୍ରଦ୍ଧାଳୁଙ୍କ ଲାଗି ୮ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଆଜି ରାତି ୧୦ଟା ପରଠାରୁ ଆସନ୍ତାକାଲି ଅପରାହ୍‌ଣ ୨ଟା (୧୬ ଘଣ୍ଟା) ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଲାଗି ଶ୍ରୀଜିଉଙ୍କ ଦର୍ଶନ ବାରଣ କରାଯାଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ କମିଟି ପକ୍ଷରୁ ସୂଚନା ଦିଆଯାଇଛି।

ଭକ୍ତଙ୍କୁ ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ ଲାଗି ଲକ୍ଷାଧିକ ସଂଖ୍ୟାରେ ଭକ୍ତଙ୍କ ଭିଡ଼ ଜମିବ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି।

ଭିଡ଼କୁ ଦୃଷ୍ଟିରେ ରଖି ଚଳିତବର୍ଷ ଦେବସ୍ନାନ ପୂର୍ଣ୍ଣିମାକୁ ସୁରୁଖୁରୁରେ ପରିଚାଳନା କରିବା ଲାଗି ୭୫ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ କରାଯିବ। ଜୁନ୍‌ ୨୦ରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ଚଳଚଞ୍ଚଳ ଶ୍ରୀକ୍ଷେତ୍ର।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ