Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା, ସପ୍ତାହେ ପର୍ଯ୍ୟନ୍ତ ଯାଏଁ ଜାରି ରହିବ

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ମାତ୍ରା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲାରେ ପ୍ରବଳ ବର୍ଷା, ବିଜୁଳି ଘଡ଼ଘଡ଼ି ଏବଂ ଝଡର ପବନର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ପାଣିପାଗ ବିଶେଷଜ୍ଞଙ୍କ ମତରେ, ପଶ୍ଚିମ ଓ ଦକ୍ଷିଣ-ପଶ୍ଚିମ ଦିଗରୁ ଆସୁଥିବା ଆର୍ଦ୍ର ପବନର ପ୍ରଭାବରେ ଆଗାମୀ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ଧାରା ଜାରି ରହିପାରେ।

ସେହିପରି ବାଲେଶ୍ୱର ଓ ମୟୂରଭଞ୍ଜରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହାଛଡ଼ା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ପୁରୀ ଓ ଖୋର୍ଦ୍ଧା ସମେତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି। ୨୪ ତାରିଖ ପାଇଁ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁସାରେ, ବାୟୁମଣ୍ଡଳର ଉପରିଭାଗରେ ୮୫ରୁ ୯୦ ପ୍ରତିଶତ ପର୍ଯ୍ୟନ୍ତ ଜଳୀୟବାଷ୍ପ ରହିଥିବାରୁ ଅପରାହ୍ନ ସମୟରେ ଘଡ଼ଘଡ଼ି ସହ ବର୍ଷା ହେଉଛି। ଏହାସହ ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ବର୍ଷାର ପ୍ରଭାବ ଆହୁରି ବଢ଼ିପାରେ। ତେବେ ଚଳିତ ମୌସୁମୀ ବର୍ଷାରେ ରାଜ୍ୟରେ ମୋଟ ୫୩୬.୭ ମିଲିମିଟର ବର୍ଷା ହୋଇଛି, ଯାହା ସାଧାରଣଠାରୁ ପ୍ରାୟ ୧୭ ପ୍ରତିଶତ ଅଧିକ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories