Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୫ରେ ଘୂର୍ଣ୍ଣିବଳୟ ସମ୍ଭାବନା, ୨୯ ଯାଏଁ ଲାଗି ରହିବ ବର୍ଷା!

This intense weather scene captures the raw power of nature with storm clouds billowing across an overcast sky, heavy rainfall, and flashes of lightning illuminating the dark atmosphere. The dramatic, moody sky and cascading raindrops evoke a sense of powerful energy and impending force, perfect for visualizing extreme weather conditions. The composition showcases a blend of ominous clouds and heavy rain, ideal for projects focusing on nature, meteorology, or environmental themes.

ଭୁବନେଶ୍ୱର: ରାଜ୍ୟରେ ଆଗାମୀ କିଛିଦିନ ବର୍ଷାର ପ୍ରକୋପ ଜାରି ରହିବ। ୨୫ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ, ଏହାର ପ୍ରଭାବରେ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି। ବାହୁଡ଼ା ଯାତ୍ରା ଦିନ ପୁରୀରେ ପାଗ ସାଧାରଣତଃ ଅନୁକୂଳ ରହିପାରେ। ଗୁଳୁଗୁଳି କମ୍ ରହିବା ସହ ଥଣ୍ଡା ପବନ ବହିବାର ସମ୍ଭାବନା ଥିଲେ ମଧ୍ୟ ମଝିରେ ମଝିରେ ହାଲୁକା ବର୍ଷା ହୋଇପାରେ।

ପାଣିପାଗ ବିଭାଗର ବିସ୍ତାରିତ ପୂର୍ବାନୁମାନ ଅନୁସାରେ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳକୁ ପ୍ରଭାବିତ କରିପାରେ। ୨୪ରୁ ୩୦ ତାରିଖ ମଧ୍ୟରେ ରାଜ୍ୟରେ ସାଧାରଣରୁ ସ୍ୱାଭାବିକ ବର୍ଷା ହେବାର ସମ୍ଭାବନା ଥିବାବେଳେ ଦକ୍ଷିଣ ଉପକୂଳ ଅଞ୍ଚଳରେ ବର୍ଷାର ପରିମାଣ ଅଧିକ ରହିପାରେ। ସେହିପରି ୩୧ ଜୁଲାଇରୁ ୬ ଅଗଷ୍ଟ ମଧ୍ୟରେ ମଧ୍ୟ ସ୍ୱାଭାବିକ ବର୍ଷା ଜାରି ରହିବ, ଉତ୍ତର ଉପକୂଳରେ ବର୍ଷା କମ୍ ହେବାର ଆଶଙ୍କା ରହିଛି।

ବାହୁଡ଼ା ଯାତ୍ରା ଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ବିଶେଷକରି ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପୁରୀ ସମେତ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ପାଣିପାଗ ବିଭାଗ ଅନୁସାରେ, ଏଭଳି ବର୍ଷା ଓ ପବନର ପରିସ୍ଥିତି ୨୯ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ଥିବାରୁ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ