Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ

NEET ପ୍ରଶ୍ନପତ୍ର ଲିକ୍‌କୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ଦୀର୍ଘଦିନ ଧରି ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିବା ପରେ କେନ୍ଦ୍ର ଖାଦ୍ୟ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ନିଯୁକ୍ତି ସମ୍ପର୍କରେ ଔପଚାରିକ ବିଜ୍ଞପ୍ତି ଜାରି କରାଯାଇଛି।

୫୭ ବର୍ଷୀୟ ଧର୍ମେନ୍ଦ୍ର ପ୍ରଧାନ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି ଯେ, ଶିକ୍ଷା କ୍ଷେତ୍ରରେ ସେ ଚାରି ଦଶକରୁ ଅଧିକ ସମୟ ଧରି କାର୍ଯ୍ୟ କରିଆସିଛନ୍ତି ଏବଂ ଦେଶର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ସବୁବେଳେ ତାଙ୍କର ପ୍ରାଥମିକତା ରହିଛି। ତେବେ ଚାଲିଥିବା ପରିସ୍ଥିତିକୁ ରାଷ୍ଟ୍ରବିରୋଧୀ ଶକ୍ତିମାନେ ଯେପରି ବ୍ୟବହାର କରିପାରିବେ ନାହିଁ, ସେଥିପାଇଁ ସେ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି।

ଏପଟେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ CJP ପକ୍ଷରୁ ସୌରଭ ଦାସ ଓ ଆଶୁତୋଷ ରଙ୍କା, କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଓ ଜିତେନ୍ଦ୍ର ସିଂହଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ଆନ୍ଦୋଳନ ପ୍ରତ୍ୟାହାର ଘୋଷଣା କରିଥିଲେ। ଆନ୍ଦୋଳନର ମୁଖ୍ୟ ଦାବି ଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା। ଇସ୍ତଫାର ଗୋଟିଏ ଦିନ ପୂର୍ବରୁ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ସରକାର ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ସୁରକ୍ଷା ପାଇଁ ପ୍ରତିବଦ୍ଧ ଏବଂ ସେମାନଙ୍କ ଭବିଷ୍ୟତ ସହ ଜଡ଼ିତ ଯେକୌଣସି ଅନିୟମିତତା ବିରୋଧରେ କଠୋର ପଦକ୍ଷେପ ନିଆଯିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ