Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ସୁଶାନ୍ତ ସିଂଙ୍କ ପରଲୋକ

ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିବାବେଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ବିଜେଡି ଶିବିର ସମେତ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

ବରଗଡ଼ ଜିଲ୍ଲାରେ ବିଜେଡିର ଜଣେ ପ୍ରମୁଖ ନେତା ଭାବେ ସୁଶାନ୍ତ ସିଂଙ୍କ ପରିଚୟ ଥିଲା। ସେ ଭଟଲି ବିଧାନସଭା ଆସନରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବିଜେଡି ସରକାରରେ ସେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ ମଧ୍ୟ ସମ୍ଭାଳିଥିଲେ ଏବଂ ଦଳର ଜଣେ ପ୍ରଭାବଶାଳୀ ନେତା ଭାବେ ପରିଚିତ ଥିଲେ।

୨୦୨୪ ବିଧାନସଭା ନିର୍ବାଚନରେ ପରାଜୟ ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅବନତି ଘଟିଥିଲା ଏବଂ ସେ ଦୀର୍ଘଦିନ ଧରି ଚିକିତ୍ସାଧୀନ ଥିଲେ। ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ତାଙ୍କ ବିୟୋଗରେ ରାଜ୍ୟର ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶୋକ ପ୍ରକାଶ କରୁଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories