Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା; ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କ‌ଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ବାଲେଶ୍ୱରର ଛାତିଥରା ଟ୍ରେନ୍‌ ଦୁର୍ଘଟଣା ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଚାରିଆଡେ ଶେକାକୂଳ ପରିବେଶ। ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ ଲାଗି ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି ।

ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ବାହାନଗାରେ ଘଟିଥିବା ରେଳ ଦୁର୍ଘଟଣା ଏପର୍ଯ୍ୟନ୍ତ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ବର୍ତ୍ତମାନ ଘଟଣା ସ୍ଥଳରେ ଉଦ୍ଧାର ଜାରି ରହିଛି। ଏହାସହ ଗୁରୁତର ଆହତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।