Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ରାଜ୍ୟସାରା ଆନ୍ଦୋଳନ କରାଯିବ : କିଷାନ କଂଗ୍ରେସ ସଭାପତି ଅଭୟ ସାହୁ

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ) କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପି ଦୁର୍ବାର ଆନ୍ଦୋଳନ କରାଯିବ ବୋଲି ଅଧ୍ୟକ୍ଷ ଅଭୟ କୁମାର ସାହୁ ପ୍ରକାଶ କରିଛନ୍ତି ସ୍ଥାନୀୟ ଜିଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ବୈଠକରେ ଗଞ୍ଜାମ (ପୂର୍ବ, ପଶ୍ଚିମ) ଓ ଗଜପତି ଜିଲାର ଚାଷୀ ନେତାମାନେ ଉପସ୍ଥିତ ଥିଲେ।ଶ୍ରୀ ସାହୁ କହିଲେ କେନ୍ଦ୍ର ଓ ରାଜ୍ୟ ସରକାର ଚାଷୀମାନଙ୍କ ମୌଳିକ ସମସ୍ୟା ସମାଧାନ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ସୁଦୃଢ଼ କରିବା, ଚାଷୀଙ୍କୁ ବିହନ ଓ ଆବଶ୍ୟକ ପରିମାଣରେ ସାର କିଟନାଶକ ଔଷଧ ଯୋଗାଇଦେବା, ନିର୍ଦ୍ଧାରିତ ଦରରେ ଧାନ, ମାଣ୍ଡିଆ ପ୍ରଭୃତି ଶସ୍ୟ କ୍ରୟ କରିବା, ଓଡ଼ିଶାରେ ପାନ, ନଡ଼ିଆ, ଆଖୁ ଓ କପା ଚାଷୀଙ୍କୁ ସଂଗଠିତ କରି ସେମାନଙ୍କ ସମସ୍ୟା ସମାଧାନ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ କହିଥିଲେ । ଓଡ଼ିଶାର 314 ବ୍ଲକର କିଷାନ କଂଗ୍ରେସ ସଭାପତିଙ୍କୁ ନେଇ ଭୁବନେଶ୍ଵର ଠାରେ ଅଗଷ୍ଟ 9 ତାରିଖରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ କରାଯାଇ ସାରା ରାଜ୍ୟରେ ଚାଷୀ ସମସ୍ୟାକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯିବ।ପୂର୍ବତନ ମନ୍ତ୍ରୀ ରାଘବ ପରିଡ଼ା ଯୋଗଦେଇ ଚାଷୀମାନଙ୍କ ମୌଳିକ ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ କରିବା ଏକମାତ୍ର ବିକଳ୍ପ ବୋଲି କହିଥିଲେ । ରାଜ୍ୟ ଚାଷୀ ସୁରକ୍ଷା ଅଭିଯାନର ଆବାହକ ରବି ରଥ ତାଙ୍କ ଭାଷଣରେ କେନ୍ଦ୍ର ସରକାର ନିକଟରେ ଛାତ୍ର ଆନ୍ଦୋଳନ ଓ ପୂର୍ବରୁ ହୋଇଥିବା ଚାଷୀ ଆନ୍ଦୋଳନରେ ମୁଣ୍ଡ ନୂଆଁଇଥିବା ବିଷୟ ଉଲ୍ଲେଖ କରି କେବଳ ଚାଷୀ ଆନ୍ଦୋଳନ ହିଁ ସରକାରଙ୍କ ଉପରେ ବିଶେଷ ପ୍ରଭାବ ପକାଇବ ବୋଲି ପ୍ରକାଶ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ଉପସଭାପତି ଡ଼. କାର୍ତ୍ତିକ ଚନ୍ଦ୍ର ବରାଳ, ଜିଲା କଂଗ୍ରେସ କମିଟି (ପଶ୍ଚିମ) ସଭାପତି ଦଣ୍ଡପାଣି ପାତ୍ର, ଜିଲା କଂଗ୍ରେସର ଉପସଭାପତି ଅଶୋକ ପଟ୍ଟନାୟକ, ବୃନ୍ଦାବନ ଖଟେଇ, ରାଜ୍ୟ କମକର୍ତ୍ତା ଶିତିକଣ୍ଠ ମହାନ୍ତି, ଦିଲ୍ଲୀପ ସୁଆର, ପୂର୍ଣ୍ଣଚନ୍ଦ୍ର ଦାସ, ଲକ୍ଷ୍ମଣ ନାୟକ, ସତ୍ୟ ନାରାୟଣ ପାତ୍ର, ପଦ୍ମଚରଣ ସାହୁ, ସୁବ୍ରତ କୁମାର ବ୍ରହ୍ମା, ପଞ୍ଚୁ ପାତ୍ର ପ୍ରମୁଖ କଂଗ୍ରେସ ନେତୃବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।