Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଧାନସଭା ସ୍ଥାୟୀ କମିଟି ବୈଠକରେ ଗଜପତିର ବିଭିନ୍ନ ଉନ୍ନୟନ ଓ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବିଧାୟକ ରୂପେଶ କୁମାର ପାଣିଗ୍ରାହୀ।

ପାରଳାଖମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଓଡ଼ିଶା ବିଧାନସଭାର “କମିଟି ଅନ୍ ପେପର୍ସ ଲେଡ୍ ଅନ୍ ଦ ଟେବୁଲ୍”ର ଦ୍ୱିତୀୟ ବୈଠକ ସୋମବାର ଭୁବନେଶ୍ୱରସ୍ଥିତ ବିଧାନସଭା ଭବନର କକ୍ଷ ନଂ–୫୫ରେ କମିଟି ଅଧ୍ୟକ୍ଷ ତଥା ବିଧାୟକ ବିଭୂତି ଭୂଷଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ କମିଟି ସଦସ୍ୟ ଭାବେ ଯୋଗଦେଇ ଗଜପତି ଜିଲ୍ଲାର ବିଭିନ୍ନ ଉନ୍ନୟନ
ମୂଳକ ଓ ଐତିହ୍ୟ ସମ୍ବନ୍ଧୀୟ ପ୍ରସଙ୍ଗ ଉଠାଇଥିଲେ।ବୈଠକରେ ଜଳ ସମ୍ପଦ ବିଭାଗ ଅଧୀନସ୍ଥ ଓଡ଼ିଶା ଲିଫ୍ଟ ଇରିଗେସନ୍ କର୍ପୋରେସନ୍ ଲିମିଟେଡ୍ (OLIC)ର ବାର୍ଷିକ ରିପୋର୍ଟ ଉପସ୍ଥାପନରେ ବିଳମ୍ବ, ୨୦୨୧–୨୨ ବର୍ଷର ବାର୍ଷିକ ରିପୋର୍ଟ ଏବଂ ୨୦୨୨–୨୩ରୁ ୨୦୨୫–୨୬ ପର୍ଯ୍ୟନ୍ତ ବକେୟା ହିସାବର ଚୂଡ଼ାନ୍ତକରଣ ସମ୍ପର୍କିତ ସ୍ଥିତି ଓ ବିଳମ୍ବର କାରଣ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ସରକାରୀ ବିଭାଗଗୁଡ଼ିକର ରିପୋର୍ଟ ଉପସ୍ଥାପନ ପ୍ରକ୍ରିୟାର ସମୀକ୍ଷା ମଧ୍ୟ କମିଟି ପକ୍ଷରୁ କରାଯାଇଥିଲା।ବୈଠକ ଅବସରରେ OBCCର ପରିଚାଳନା ନିର୍ଦ୍ଦେଶକ ତଥା ଗଜପତିର ପୂର୍ବତନ ଜିଲ୍ଲାପାଳ ଅନୁପମ ସାହାଙ୍କ ସହ ବିଧାୟକ ରୂପେଶ ପାଣିଗ୍ରାହୀ ଜିଲ୍ଲାର ବିଭିନ୍ନ ଉନ୍ନୟନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ରାଜ୍ୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, କେଉଁଝର ମା’ ତାରିଣୀ ପୀଠ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡ଼ିକ OBCC ମାଧ୍ୟମରେ କାର୍ଯ୍ୟକରୀ ହେଉଥିବା ପରିପ୍ରେକ୍ଷୀରେ ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିରର ମଧ୍ୟ ସର୍ବାଙ୍ଗୀଣ ଉନ୍ନତି ଓ ଆଧୁନିକୀକରଣ ପାଇଁ ପଦକ୍ଷେପ ନେବାକୁ ସେ ଦାବି କରିଥିଲେ।
ଏହାସହ ପାରଳାଖେମୁଣ୍ଡି–ବରଗଡ଼ ସଡ଼କର କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ଓ ଗଜପତି ଜିଲ୍ଲାର ଐତିହ୍ୟ ବହନ କରୁଥିବା ଶିକ୍ଷାନୁଷ୍ଠାନଗୁଡ଼ିକୁ ‘ଐତିହ୍ୟ ବିଦ୍ୟାଳୟ’ ତାଲିକାରେ ସାମିଲ କରିବାକୁ ବିଧାୟକ ଦାବି ରଖିଥିଲେ। ପ୍ରଥମ ପର୍ଯ୍ୟାୟରେ ପାରଳା ଏମ୍.ଆର୍.ବି. ହାଇସ୍କୁଲ ଓ ଗୁରାଣ୍ଡିର ଏସ୍.କେ.ସି.ଜି. ହାଇସ୍କୁଲକୁ ଐତିହ୍ୟ ବିଦ୍ୟାଳୟରେ ପରିଣତ କରିବା ସହ ପରବର୍ତ୍ତୀ ସମୟରେ ଜିଲ୍ଲାର ଅନ୍ୟାନ୍ୟ ପୁରାତନ ବିଦ୍ୟାଳୟକୁ ମଧ୍ୟ ଏହି ତାଲିକାରେ ସାମିଲ କରିବା ପାଇଁ ସେ ଅନୁରୋଧ କରିଥିଲେ।ଏହି ସ୍ଥାୟୀ କମିଟି ବୈଠକରେ ବିଧାୟକ ପ୍ରଶାନ୍ତ ବେହେରା, ଉମାଚରଣ ମଲ୍ଲିକ, ପ୍ରକାଶ ଚନ୍ଦ୍ର ସେଠୀ, ହିମାଂଶୁ ଶେଖର ସାହୁ, ଫକିର ମୋହନ ନାୟକ, ସତ୍ୟଜିତ ଗମାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।