Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି କଳା ସଂସ୍କୃତି ଟ୍ରଷ୍ଟ ପକ୍ଷରୁ ବିଶାଳ ପ୍ରସାଦ ସେବନ କାର୍ଯ୍ୟକ୍ରମ, ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ) ପବିତ୍ର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ପାରଳା କଳା ସଂସ୍କୃତି ଟ୍ରଷ୍ଟ ପକ୍ଷରୁ ଏକ ବିଶାଳ ପ୍ରସାଦ ସେବନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଆଧ୍ୟାତ୍ମିକ ଓ ସେବାମୂଳକ କାର୍ଯ୍ୟକ୍ରମରେ ହଜାର ହଜାର ଶ୍ରଦ୍ଧାଳୁ ଯୋଗଦେଇ ମହାପ୍ରସାଦ ସେବନ କରିଥିଲେ।ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭକ୍ତମାନଙ୍କ ସହ ମହାପ୍ରସାଦ ସେବନ କରିବା ସହ ଆୟୋଜକମାନଙ୍କ ସେବାଭାବକୁ ପ୍ରଶଂସା କରିଥିଲେ। ସେହିପରି ହାଇଟେକ୍ ଗ୍ରୁପର ଅଧ୍ୟକ୍ଷ ଡ଼ଃ ତିରୁପତି ପାଣିଗ୍ରାହୀ ଉପସ୍ଥିତ ରହି ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ବର୍ଷିତ ହେଉ ବୋଲି କାମନା କରିଥିଲେ।କାର୍ଯ୍ୟକ୍ରମରେ ଟ୍ରଷ୍ଟର ସଦସ୍ୟ, ବହୁ ବିଶିଷ୍ଟ ବ୍ୟକ୍ତି, ସମାଜସେବୀ ଓ ସ୍ୱେଚ୍ଛାସେବକମାନେ ଶୃଙ୍ଖଳିତ ଭାବରେ ପ୍ରସାଦ ବଣ୍ଟନ କରିଥିଲେ। ଭକ୍ତମାନଙ୍କ ପାଇଁ ସୁଚାରୁ ଭାବେ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିବାରୁ ସମସ୍ତଙ୍କ ପ୍ରଶଂସା ସାଉଁଟିଥିଲା।ରଥଯାତ୍ରାର ପବିତ୍ର ପରିବେଶରେ ଅନୁଷ୍ଠିତ ଏହି ପ୍ରସାଦ ସେବନ କାର୍ଯ୍ୟକ୍ରମ ଭକ୍ତି, ସେବା ଓ ସାମାଜିକ ସଦ୍ଭାବର ଏକ ଉଜ୍ଜ୍ୱଳ ନିଦର୍ଶନ ପାଲଟିଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories