Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାହାନଗା ଟ୍ରେନ୍ ଦୁର୍ଘଟଣା; ସ୍ଥିତି ସମୀକ୍ଷା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ସକାଳୁ ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ସମୀକ୍ଷା କରିଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ ଦୁର୍ଘଟଣାର ସ୍ଥିତି ସମୀକ୍ଷା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ୍ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା ସବିଶେଷ ତଥ୍ୟ ନେଇଛନ୍ତି ।

ଟ୍ରେନ୍ ଦୁର୍ଘଟଣା ଯୋଗୁଁ ଆଜି ଆଜି ତାମିଲନାଡୁରେ ହେବାକୁ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧିଙ୍କ ଜନ୍ମଶତବାର୍ଷିକୀ ପାଳନ କାର୍ଯ୍ୟକ୍ରମକୁ ମଧ୍ୟ ବାତିଲ କରାଯାଇଛି ।

ଏହି ଭୟଙ୍କର ଦୁର୍ଘଟଣା ସନ୍ଧ୍ୟା ପ୍ରାୟ ୭ଟା ବେଳେ ଘଟିଥିଲା। ଟ୍ରେନ୍‌ଟି ଚେନ୍ନାଇ ଅଭିମୁଖେ ଯାଉଥିଲା। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୩୮ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଗକୁ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories