ବଢିଚାଲିଛି ମୃତ୍ୟୁ ସଂଖ୍ୟା; ଜରୁରୀ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ: ବାଲେଶ୍ବର ଟ୍ରେନ୍‌ ଟ୍ରାଜେଡି। ସ୍ଥିତି ସମୀକ୍ଷା ପାଇଁ ଆସିପାରନ୍ତି ମୋଦୀ। ସକାଳୁ ବାଲେଶ୍ବର ଟ୍ରେନ ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି ରେଳମନ୍ତ୍ରୀ। ଦୁର୍ଘଟଣା ନେଇ ଜରୁରୀ ବୈଠକ ଡକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ପୁରା ସ୍ଥିତିର ସମୀକ୍ଷା କରିସାରିଛନ୍ତି । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସ୍ଥିତି ସମୀକ୍ଷା କରିସାରିଛନ୍ତି।

ବଢିଚାଲିଛି ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା । ଏଯାଏଁ ୨୮୮ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଉଦ୍ଧାର କାର୍ଯ୍ୟ ଏବେବି ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା କରାଯାଉଛି। ଏହାସହ ଗୁରୁତର ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଏନଡିଆରଏଫ୍, ଏସଡିଆରଏଫ୍ ସହ ଅଗ୍ନିଶମ ବିଭାଗ ।