Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମଧ୍ୟାହ୍ନ ଭୋଜନରେ ଝିଟିପଟି ପଡ଼ିବା ଘଟଣା: ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ, ୨୪ ଘଣ୍ଟାରେ ରିପୋର୍ଟ ତଲବ କଲେ ଡିଇଓ

ପୁରୀ: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍‌ ଅନ୍ତର୍ଗତ ଅରାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଝିଟିପଟି ପଡ଼ିବା ଅଭିଯୋଗ ପରେ ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଘଟଣାକୁ ନେଇ ପ୍ରଶାସନ ସକ୍ରିୟ ହୋଇଛି। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ)ଙ୍କଠାରୁ ବିସ୍ତୃତ ରିପୋର୍ଟ ତଲବ କରିଛନ୍ତି।

ଏହି ଘଟଣା ବିଷୟରେ ଜାଣିବା ପରେ ପୁରୀ ଜିଲ୍ଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଚିନ୍ତା ପ୍ରକାଶ କରିଥିଲେ। ଏହାପରେ ସମଗ୍ର ଘଟଣାର ତଦନ୍ତ କରି ଅସୁସ୍ଥତାର କାରଣ, ଖାଦ୍ୟ ପ୍ରସ୍ତୁତି ଓ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ସହ ରିପୋର୍ଟ ଦାଖଲ କରିବାକୁ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଡିଇଓ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କହିଥିବା ବେଳେ, ଶେଷ ସୂଚନା ସୁଦ୍ଧା ବିଇଓଙ୍କ ପକ୍ଷରୁ କୌଣସି ରିପୋର୍ଟ ଦାଖଲ କରାଯାଇନଥିବା ଜଣାପଡ଼ିଛି। ଘଟଣାକୁ ନେଇ ଅଭିଭାବକ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଥିବା ବେଳେ, ତଦନ୍ତ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories