Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି
ପାରଳାଖେମୁଣ୍ଡି;୧୧/୮(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ନୂଆଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଏବଂ ଉପଜିଲ୍ଲାପାଳ, ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।ଉକ୍ତ ଶିବିରରେ ମୋଟ ୩୦ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୦ଟି ବ୍ୟକ୍ତିଗତ ଏବଂ ୨୦ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ଏଥିରୁ ୨ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହାସହ ଦୁଇଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଅନ୍ୟ ଜଣେ ଆବେଦନକାରୀଙ୍କୁ ଆବଶ୍ୟକ ତଦନ୍ତ ପରେ ଆର୍ଥିକ ସହାୟତା ରାଶି ଯୋଗାଇ ଦିଆଯିବ। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୭ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଥିଲା। ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ନୂଆଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର, ତହସିଲଦାର ମୋନାଲିସା ଆଚାର୍ଜିଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories