ଲାଞ୍ଜିଗଡ଼ରୋଡ଼ ରେଳ ଜଙ୍କସନରେ ରହିଲା ଜୁନାଗଡ଼ ରୋଡ଼-ଭୁବନେଶ୍ବର ଏକ୍ସପ୍ରେସ୍ ଟ୍ରେନ: ନିରାଡମ୍ବର ଭାବେ ସ୍ବାଗତ କଲେ ସ୍ଥାନୀୟ ଲୋକେ : ବାହାନଗା ଟ୍ରେନ୍ ଦୁର୍ଘଟଣାର ମ୍ରୁତକଙ୍କ ଉଦ୍ଦେଶ୍ୟରେ ଶୋକସଭା


କଳାହାଣ୍ଡି,୦୪/୦୬-ଦୀର୍ଘ ଦିନର ଦାବି ଓ ଅଭିଯୋଗ ଆଜି ଫଳବତୀ ହୋଇଛି ! ଅଞ୍ଚଳର ଲକ୍ଷାଧିକ ଜନସାଧାରଣଙ୍କ ସୁବିଧାକୁ ଆଖି ଆଗରେ ରଖି କଳାହାଣ୍ଡି ଜିଲ୍ଲାର ଏକମାତ୍ର ରେଳ ଜଙ୍କସନ ଲାଞ୍ଜିଗଡ଼ରୋଡ଼ଠାରେ ଆଜି ଜୁନାଗଡ଼ ରୋଡ଼-ଭୁବନେଶ୍ବର ଏକ୍ସପ୍ରେସ୍ ଟ୍ରେନ୍ ରହଣୀ କରିଛି ! ମହାମାରୀ କରୋନାର ଭୟାବହତା ସମୟରୁ ରହଣୀ ବାତିଲ ଥିବା ଏଇ ରେଳ ଜଙ୍କସନରେ କଳାହାଣ୍ଡିର ଲାଇଫ ଲାଇନ୍ କୁହାଯାଉଥିବା ଜୁନାଗଡ଼ରୋଡ଼-ଭୁବନେଶ୍ବର ଏକ୍ସପ୍ରେସ୍ ଟ୍ରେନର ରହଣୀକୁ ନେଇ ଅଞ୍ଚଳବାସୀ ଉତ୍ସାହିତ ହୋଇ ପଡ଼ିଥିବାବେଳେ ଟ୍ରେନ୍ ରହଣୀର ନିର୍ଦ୍ଧାରିତ ସମୟରେ ରେଳ ଷ୍ଚେସନ ପରିସରରେ ଟ୍ରେନକୁ ସ୍ବାଗତ କରିବାକୁ ଉପସ୍ଥିତ ରହିଥିଲେ ! ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ଦ୍ରୁଷ୍ଟିରେ ରଖି ଅତ୍ୟନ୍ତ ନିରାଡମ୍ବର ଭାବେ ଟ୍ରେନ୍ କୁ ସ୍ବାଗତ କରାଯାଇଥିଲା ! ସେହିପରି ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମ୍ରୁତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ଶୋକସଭାର ଆୟୋଜନ କରାଯାଇଥିଲା ! ଏଥିରେ କଳାହାଣ୍ଡି ଲୋକସଭା ସାଂସଦ ବସନ୍ତ ପଣ୍ଡାଙ୍କ ପ୍ରତିନିଧି ଭାବେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ମାଝୀ, ବିଜେପି ସଂଖ୍ୟାଲଘୁ ସେଲର ନେତା ଫିରୋଜ ଖାନ, ବିଜେପି ନେତା ତୁଳସୀ ମାଝୀ, ମଧୁସୂଦନ ବାଗଙ୍କ ସମେତ ପୂର୍ବତନ ସରପଞ୍ଚ ଟଙ୍କଧର ମାଝୀ, ବିଜେଡି ନେତା ଚନ୍ଦ୍ରଶେଖର ମହାପାତ୍ର, ବରିଷ୍ଠ ନାଗରିକ ଦୀପକ ମହାପାତ୍ର, ଅଭିମନ୍ୟୁ ପାତ୍ର, ନିରଞ୍ଜନ ପାତ୍ର, କଂଗ୍ରେସ ନେତା ପୂର୍ଣ୍ଣଚନ୍ଦ୍ର ଗଉଡ଼, କେଶବଚନ୍ଦ୍ର ବାରିକ, ଲାଞ୍ଜିଗଡ଼ ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବର, ସମିତିସଭ୍ୟା ମୁକ୍ତା ଭୋଇ, ନାଏବ ସରପଞ୍ଚ ଅନଙ୍ଗ ମାଝୀ, ପୂର୍ବତନ ସରପଞ୍ଚ ସୂର୍ଯ୍ୟକାନ୍ତି ମାଝୀ, ମହିଳା ନେତ୍ରୀ ସରୋଜିନୀ ପ୍ରଧାନ, ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନର ସଭାପତି ଶ୍ରୀବତ୍ସ ତାଣ୍ଡି, ବିଜେପି ଯୁବନେତା ଜ୍ୟୋତିରଞ୍ଜନ ମହାପାତ୍ର, ଯୁବ ଲେଖକ ଓ ସମାଜସେବୀ ସୁଶୀଲ କୁମାର ବାଗଙ୍କ ସମେତ ଶତାଧିକ ମହିଳା, ପୁରୁଷ, ଯୁବବର୍ଗ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ବାହାନଗା ଟ୍ରେନ୍ ଦୁର୍ଘଟଣାର ମ୍ରୁତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ! ଏଇ ଅବସରରେ ସିକେରକୁପା ଫାଣ୍ଡି ଅଧିକାରୀ ସୁବାସ ଚନ୍ଦ୍ର ଗୁରୁ, ପୁଲିସ କର୍ମୀ ବିଶ୍ବନାଥ ମହଲା ପ୍ରମୁଖ ଶାନ୍ତିଶ୍ରୁଙ୍ଖଳା ରକ୍ଷା ପାଇଁ ଉପସ୍ଥିତ ରହିଥିଲେ !

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.