Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ଆଦିବାସୀ ମହାସଂଘ ଦ୍ଵାରା ବିଶ୍ୱ ସ୍ତରୀୟ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ ।

ପାରଳାଖେମୁଣ୍ଡି:୧୩/୮(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସେବକପୁରସ୍ଥିତ ପର୍ଶୁରାମ ଗୁରୁକୁଳ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଜିଲ୍ଲା ଆଦିବାସୀ ମହାସଂଘ ରାୟଗଡ ବ୍ଲକ ଶାଖା ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ବିଶ୍ୱ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ ହୋଇଯାଇଛି। ଏ‌ହି ଅବସରରେ ଅତିଥି ଭାବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଗିରିଧର ଗମାଙ୍ଗ,ମାନ୍ୟବର ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ,ଜିଲ୍ଲା ପରିଷଦର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ପବିତ୍ର ମଣ୍ଡଳ,ଶ୍ରୀ ସୁଦାମ ଚରଣ ମଣ୍ଡଳ , ଶ୍ରୀ ଦୁଖୀଶ୍ୟାମ ପାଇକ,ତୈଳ ଓ ପ୍ରାକୃତିକ ଗ୍ୟାସ କର୍ପୋରେସନର ଅବସରପ୍ରାପ୍ତ ମୁଖ୍ୟ ଜେନେରାଲ ମ୍ୟାନେଜର ଶ୍ରୀ ତ୍ରିନାଥ ଦଣ୍ଡସେନା, ଶବର ବନ୍ଧୁ ଶ୍ରୀ ତ୍ରିନାଥ କାର୍ଜୀ, ସହକାରୀ ପ୍ରାଧ୍ୟାପକ ଶ୍ରୀ ଚିରଞ୍ଜିବୀ ଶବର ପ୍ରମୁଖ ଯୋଗ ଦେଇ ବିଶିଷ୍ଟ ଆଦିବାସୀ ନେତା ଭଗବାନ୍ ବିର୍ସା ମୁଣ୍ଡା ଓ ସମ୍ବିଧାନ ପ୍ରଣେତା ଡ଼ଃ ଭୀମାରାଓ ଆମ୍ବେଦକରଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ଚଳିତ ବର୍ଷର ବିଷୟବସ୍ତୁ “ଆଦିବାସୀ ମାଆମାନଙ୍କୁ ସମ୍ମାନ ଓ ସେମାନଙ୍କର ଜୀବନ ଏବଂ କଲ୍ୟାଣକୁ ସୁରକ୍ଷା ପ୍ରଦାନ” ପାଇଁ ଆୟୋଜିତ ହେଉଥିବା ଅତିଥି ମାନେ ପ୍ରକାଶ କରିଥିଲେ। ପ୍ରଥମେ ଜିଲ୍ଲାର ଆଦିବାସୀମାନଙ୍କ ସାଂସ୍କୃତିକ ଶୋଭାଯାତ୍ରା ଅଡାସିଂ ଛକଠାରୁ ଆରମ୍ଭ ହୋଇ ପର୍ଶୁରାମ ଗୁରୁକୁଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପଡିଆ ସେବକପୁର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ଜିଲ୍ଲାର ବହୁ ସ୍ଥାନରୁ ଆଦିବାସୀ ଭାଇଭଉଣୀ ମାନେ ଯୋଗ ଦେଇଥିଲେ। ଅତିଥି ମାନେ ଆଦିବାସୀମାନଙ୍କର ସଂସ୍କୃତି, ପରମ୍ପରା କିପରି ବଜାୟ ରହିବ ସେଥିପାଇଁ ସମସ୍ତେ ମିଳିତ ଭାବେ ପ୍ରୟାସ କରିବାକୁ ଆହ୍ବାନ ଦେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଆଦିବାସୀ ମହାସଂଘ ସଭାପତି ଶ୍ରୀ ନୀର ଭୁୟାଁ ପରିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।