Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମ ଅନୁଷ୍ଠିତ ପାରଳାଖେମୁଣ୍ଡି:୧୩/୮(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ରାଣିପେଣ୍ଠ ଗ୍ରାମ ସ୍ଥିତ ସମୟରେ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇ.ସି.ଟି ସି, ସଂଯୋଜକ ଶକ୍ତି ପ୍ରସାଦ ପଟନାୟକ ଏସ.ଡୁବ୍ଲ.ଏସ.ଏସ ର ପ୍ରୋଜେକ୍ଟ ପରିଚାଳକ ପି.ସୁନିତା, ସଂଯୋଜକ ସୁନୀଲ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଏଚ ଆଇଭି/ଏ.ଡ.ଏସ ର ସଚେତନତା ନିମନ୍ତେ ସୂଚନା,ଶିକ୍ଷା ଓ ଯୋଗାଯୋଗ ଵା ପ୍ରଚାର ପ୍ରସାର କୁ ବ୍ୟାପକ କରିବା ପାଇଁ ଦୁଇ ମାସିଆ କାଜ୍ୟକ୍ରମ ଆନ୍ତର୍ଜାତିକ ଯୁବ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉଦଘାଟନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏଡସ ର କାରଣ,ନିରାକରଣ, ଇତିହାସ ଓ ଦେଶ,ରାଜ୍ୟ, ଜିଲ୍ଲା ରେ ଏଡ୍ସ ରୋଗୀ ସଂଖ୍ୟା ବିଷୟରେ ଛାତ୍ର ଛାତ୍ରୀଙ୍କୁ ସୂଚନା ଦେଇଥିଲେ। ଏସ.ଟି. ଆଇ, ଆର.ଟି.ଆଇ ବିଷୟରେ ଅବଗତ କରାଇ ଥିଲେ। ଏଡ୍ସ ରୋଗୀ ଙ୍କ ପ୍ରତି ସ୍ନେହ ଓ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସାହିତ କରାଯାଇଥିଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମଟିକୁ ୱାଇ. ଆର.ସି ସଂଯୋଜିକା କଳ୍ପନା ପଣ୍ଡା ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଓ ପୁରସ୍କାର ପ୍ରଦାନ କରାଯାଇଥିଲା

ପାରଳାଖେମୁଣ୍ଡି:୧୩/୮(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ରାଣିପେଣ୍ଠ ଗ୍ରାମ ସ୍ଥିତ ସମୟରେ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇ.ସି.ଟି ସି, ସଂଯୋଜକ ଶକ୍ତି ପ୍ରସାଦ ପଟନାୟକ ଏସ.ଡୁବ୍ଲ.ଏସ.ଏସ ର ପ୍ରୋଜେକ୍ଟ ପରିଚାଳକ ପି.ସୁନିତା, ସଂଯୋଜକ ସୁନୀଲ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଏଚ ଆଇଭି/ଏ.ଡ.ଏସ ର ସଚେତନତା ନିମନ୍ତେ ସୂଚନା,ଶିକ୍ଷା ଓ ଯୋଗାଯୋଗ ଵା ପ୍ରଚାର ପ୍ରସାର କୁ ବ୍ୟାପକ କରିବା ପାଇଁ ଦୁଇ ମାସିଆ କାଜ୍ୟକ୍ରମ ଆନ୍ତର୍ଜାତିକ ଯୁବ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉଦଘାଟନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏଡସ ର କାରଣ,ନିରାକରଣ, ଇତିହାସ ଓ ଦେଶ,ରାଜ୍ୟ, ଜିଲ୍ଲା ରେ ଏଡ୍ସ ରୋଗୀ ସଂଖ୍ୟା ବିଷୟରେ ଛାତ୍ର ଛାତ୍ରୀଙ୍କୁ ସୂଚନା ଦେଇଥିଲେ। ଏସ.ଟି. ଆଇ, ଆର.ଟି.ଆଇ ବିଷୟରେ ଅବଗତ କରାଇ ଥିଲେ। ଏଡ୍ସ ରୋଗୀ ଙ୍କ ପ୍ରତି ସ୍ନେହ ଓ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସାହିତ କରାଯାଇଥିଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମଟିକୁ ୱାଇ. ଆର.ସି ସଂଯୋଜିକା କଳ୍ପନା ପଣ୍ଡା ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଓ ପୁରସ୍କାର ପ୍ରଦାନ କରାଯାଇଥିଲା

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।