Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିରେ ହର ଘରତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ପାରଳାଖେମୁଣ୍ଡି:୧୩/୮(ଗରୁଡ଼ ଧ୍ଵଜ ଚୌଧୁରୀ)‘ହର ଘରତ୍ରିରଙ୍ଗା–୨୦୨୬’ ଅଭିଯାନ ଉପଲକ୍ଷେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ଭବ୍ୟ ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ବାଇକ୍ ରାଲି ଉତ୍ସବମୁଖର ପରିବେଶରେ ଆୟୋଜିତ ହୋଇଯାଇଛି। ସକାଳ ୮ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏହି ବିଶାଳ ରାଲିର ଶୁଭାରମ୍ଭ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥୀ ଗମାଙ୍ଗ ଯୋଗଦେଇ ତ୍ରିରଙ୍ଗା ବାଇକ୍ ରାଲିକୁ ଶୁଭାରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ରା ହୋନାନାଗା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଦୟାମୟ ପାଢ଼ୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫଲଗୁନୀ ମାଝୀ, ଉପଜିଲ୍ଲାପାଳ, ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଡ.ମାୟାଧର ସାହୁ ଏବଂ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସୋଲମନ ରାଇକା ପ୍ରମୁଖ ଯୋଗଦେଇଥିଲେ।ଏଥିସହ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ସ୍ଥାନୀୟ ଜନସାଧାରଣ ବହୁ ସଂଖ୍ୟାରେ ଯୋଗଦେଇଥିଲେ। ତ୍ରିରଙ୍ଗା ପତାକାରେ ସଜ୍ଜିତ ଶତାଧିକ ବାଇକ୍ ସହ ରାଲିଟି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ପାରଳାଖେମୁଣ୍ଡି ସହରର ପରିକ୍ରମା କରି ପୁନର୍ବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମାପ୍ତ ହୋଇଥିଲା।ଏହି ଭବ୍ୟ ତ୍ରିରଙ୍ଗା ଯାତ୍ରାରେ ୧ ହଜାରରୁ ଅଧିକ ଜନସାଧାରଣ, ଛାତ୍ରଛାତ୍ରୀ, ସରକାରୀ ଅଧିକାରୀ ଓ କର୍ମଚାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ସାମିଲ ହୋଇ ଜାତୀୟ ପତାକା ପ୍ରତି ଅପୂର୍ବ ଉତ୍ସାହ ଓ ସମ୍ମାନ ପ୍ରଦର୍ଶନ କରିଥିଲେ। ସମଗ୍ର ପାରଳାଖେମୁଣ୍ଡି ସହର ‘ତ୍ରିରଙ୍ଗା’ର ରଙ୍ଗରେ ରଙ୍ଗୀନ ହୋଇ ଦେଶପ୍ରେମ ଓ ଜାତୀୟ ଏକତାର ବାର୍ତ୍ତା ପ୍ରତିଫଳିତ କରିଥିଲା।‘ହର ଘର ତ୍ରିରଙ୍ଗା’ ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଦେଶର ନାଗରିକଙ୍କ ମନରେ ଜାତୀୟ ପତାକା ପ୍ରତି ସମ୍ମାନ, ଦେଶଭକ୍ତି ଓ ଜାତୀୟ ଏକତାର ଭାବନାକୁ ଆହୁରି ସୁଦୃଢ଼ କରିବା। ଆଜିର ଏହି ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ବାଇକ୍ ରାଲି ମାଧ୍ୟମରେ ଗଜପତିବାସୀ ଦେଶର ଗୌରବମୟ ଜାତୀୟ ପତାକା ପ୍ରତି ନିଜର ସମ୍ମାନ ଓ ଦେଶପ୍ରେମର ଭାବନାକୁ ପ୍ରକାଶ କରିବା ସହ ଜାତୀୟ ଏକତାର ବାର୍ତ୍ତାକୁ ଆହୁରି ଦୃଢ଼ କରିଥିଲେ।
ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୁପେ ପରିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।