Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ପଦ୍ମପୁର ସ୍ଥିତ ବିନୋଦିନୀ ବିଜ୍ଞାନ ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ଅନଷ୍ଠିତ

ପାରଳାଖେମୁଣ୍ଡି:୧୪/୮(ଗରୁଡ଼ ଧ୍ଵଜ ଚୌଧୁରୀ)
ଗୁମ୍ମାବ୍ଲକ ସ୍ଥିତ ପଦ୍ମପୁର ଗ୍ରାମର ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ପ୍ରଗତି ମହିଳା ସଂଗଠନ ଓ ସମ୍ବାଦ ସାହିତ୍ୟ ଘରର ମିଳିତ ଆନୁକୁଲ୍ୟରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ଅବସରରେ ବୃକ୍ଷରୋପଣ, ଛାତ୍ରଛାତ୍ରୀଙ୍କୁ ଚାରା ବଣ୍ଟନ ଓ ସଭାକାର୍ଯ୍ୟ ସମ୍ପାଦନ ହୋଇଥିଲା | ଏହି କାର୍ଯ୍ୟକ୍ରମରେ ପାରଳାର ମାନ୍ୟବର ବିଧାୟକ ଇଁ. ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନିଜର ଅଭିଭାଷଣରେ ପିଲାମାନଙ୍କୁ ଗୋଟିଏ ବୃକ୍ଷ ରୋପଣ କରିବା ସହ ବୃକ୍ଷର ଯତ୍ନ ନେବା ପାଇଁ ଉତ୍ସାହିତ କରିବା ସହ ଜଣେ ଜଣେ ବିରାଟକାୟ ବୃକ୍ଷ ଭଳି ହୋଇ ସମସ୍ତଙ୍କୁ ଫଳ ଫୁଲ ଓ ଛାୟା ଇତ୍ୟାଦି ପ୍ରଦାନ କରିବା ପାଇଁ ପ୍ରବର୍ତ୍ତାଇ ଥିଲେ | ଏହି ଉତ୍ସବରେ ସମ୍ବାଦ ସାହିତ୍ୟ ଘରର ଉପ ସଭାପତି ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା,ସମ୍ପାଦକ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା, ଜିଲ୍ଲା ପ୍ରତିନିଧି ଶ୍ରୀ ସୁଜିତ ବିଷୋୟୀ, ସୀତାକାନ୍ତ ପଣ୍ଡା ଓ ଅନ୍ୟାନ୍ୟ ସହକର୍ମୀ ଉପସ୍ଥିତ ରହିଥିଲେ | ସେହିଭଳି ପ୍ରଗତି ମହିଳା ସଙ୍ଗଠନର ସଭାପତି ଶ୍ରୀ ଲୋକନାଥ ମିଶ୍ର, ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ, ବରିଷ୍ଠ ସାମ୍ବାଦିକ ଭାଗବତ ପାଢ଼ୀ, ଶ୍ରୀ ମୁରଲିଧର ପରିଛା ଉପସ୍ଥିତ ରହି ନିଜର ବହୁମୂଲ୍ୟ ଅଭିଭାଷଣ ପିଲାଙ୍କ ଉଦେଶ୍ୟରେ ରଖିଥିଲେ ଓ ପିଲାମାନଙ୍କୁ ଉତ୍ସାହିତ କରିଥିଲେ | ଏହି ସଭାକୁ ଅଧ୍ୟକ୍ଷ ମନୋଜ କୁମାର ପଟନାୟକ ଅଧ୍ୟକ୍ଷତା କରିଥଲେ | ଏହା ପରେ ଛାତ୍ରଛାତ୍ରୀମାନେ,
ମୁଖ୍ୟ ଅତିଥି,ସମସ୍ତ ସମ୍ମାନିତ ଅତିଥି, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃକ୍ଷ ରୋପଣ କରିବା ସହ ଚାରା ବଣ୍ଟନ କାର୍ଯ୍ୟକ୍ରମରେ ସହାୟତା କରିଥିଲେ | ଜାତୀୟ ସେବା ଯୋଜନା ର ସଂଯୋଜକ ଶ୍ରୀ ରବେନ୍ଦ୍ର ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଯୁବ ରେଡକ୍ରସର ସଂଯୋଜିକା କଳ୍ପନା ପଣ୍ଡା ଏଥିରେ ସହାୟତା କରିଥିଲେ | ଏହା ସହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବଛ ଭାରତ କାର୍ଯ୍ୟକ୍ରମ କରାଯାଇଥିଲା | ଏତଦ ବ୍ୟତୀତ ଶ୍ରୀ ସୀତାରାମ ପ୍ରଧାନଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସ୍ବାଧୀନତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା କରଯାଇଥିଲା | ଶେଷରେ ଶ୍ରୀ ବିନୋଦଚନ୍ଦ୍ର ରଥ ଧନ୍ୟବାଦ ଅର୍ପଣ କରିଥିଲେ | ଏହି ସମସ୍ତ କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।