Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ଚନ୍ଦ୍ରଗିରି ସଉରା ଲ୍ୟାମ୍ପ ନିର୍ଦେଶକ ଲମ୍ବୋଦର ବିଷୋୟୀ ଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ

ପାରଳାଖେମୁଣ୍ଡି:୧୪/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ଚନ୍ଦ୍ରଗିରିସ୍ଥିତ ସଉରା ଲ୍ୟାମ୍ପର ନିର୍ଦେଶକ ତଥା ଅଞ୍ଚଳର ଜଣେ ବରିଷ୍ଠ ସମାଜସେବୀ ଲମ୍ବୋଦର ବିଷୋୟୀ ରତ୍ନଙ୍କର ବୁଧବାର ରାତି ପ୍ରାୟ ୧୧ଟା ୩୦ ମିନିଟ୍‌ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ 68 ବର୍ଷ ବୟସ ହୋଇଥିଲା। ବୁଧବାର ହଠାତ୍ ତାଙ୍କର ଛାତିରେ ଯନ୍ତ୍ରଣା ହେବାରୁ ପରିବାରବର୍ଗ ତାଙ୍କୁ ତୁରନ୍ତ ବ୍ରହ୍ମପୁର ବଡ଼ ମେଡିକାଲକୁ ନେଇଥିଲେ। ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ଅଧିକ ଚିକିତ୍ସା ପାଇଁ ସେହିଦିନ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଭୁବନେଶ୍ୱର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ରାତି ପ୍ରାୟ ୧୧ଟା ୩୦ ମିନିଟ୍‌ରେ ତାଙ୍କର ମୃତ୍ୟୁ ଘଟିଥିଲା।
ସ୍ୱର୍ଗତ ଲମ୍ବୋଦର ବିଷୋୟୀରତ୍ନ ଦୀର୍ଘବର୍ଷ ଧରି ଚନ୍ଦ୍ରଗିରି ସଉରା ଲ୍ୟାମ୍ପର ନିର୍ଦେଶକ ଭାବେ ନିଃସ୍ୱାର୍ଥପର ଭାବେ କାର୍ଯ୍ୟ କରି ଅଞ୍ଚଳର ଚାଷୀମାନଙ୍କ ସ୍ୱାର୍ଥ ଓ ଉନ୍ନତି ପାଇଁ କାର୍ଯ୍ୟ କରି ଆସୁଥିଲେ। ତାଙ୍କର ଅକାଳ ବିୟୋଗ ଖବର ପ୍ରଚାର ହେବା ପରେ ଚନ୍ଦ୍ରଗିରି ଓ ଆଖପାଖ ଅଞ୍ଚଳର ଚାଷୀ ମହଲ ସମେତ ବିଭିନ୍ନ ବର୍ଗରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଶେଷକୃତ୍ୟ ନିଜ ଗ୍ରାମ ଲବାରସିଂ ସମ୍ପନ୍ନ ହୋଇଥିଲା। ଶେଷଯାତ୍ରାରେ ଅଞ୍ଚଳର ବୁଦ୍ଧିଜୀବୀ, ଚାଷୀ, ସାମାଜିକ କର୍ମୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଶୁଭେଚ୍ଛୁ ସାମିଲ ହୋଇ ସ୍ୱର୍ଗତ ବିଷୋୟୀରତ୍ନଙ୍କୁ ଶେଷ ବିଦାୟ ଜଣାଇଥିଲେ। ତାଙ୍କର ବିୟୋଗ ଅଞ୍ଚଳ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ବହୁ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମ ଅନୁଷ୍ଠିତ ପାରଳାଖେମୁଣ୍ଡି:୧୩/୮(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ରାଣିପେଣ୍ଠ ଗ୍ରାମ ସ୍ଥିତ ସମୟରେ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇ.ସି.ଟି ସି, ସଂଯୋଜକ ଶକ୍ତି ପ୍ରସାଦ ପଟନାୟକ ଏସ.ଡୁବ୍ଲ.ଏସ.ଏସ ର ପ୍ରୋଜେକ୍ଟ ପରିଚାଳକ ପି.ସୁନିତା, ସଂଯୋଜକ ସୁନୀଲ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଏଚ ଆଇଭି/ଏ.ଡ.ଏସ ର ସଚେତନତା ନିମନ୍ତେ ସୂଚନା,ଶିକ୍ଷା ଓ ଯୋଗାଯୋଗ ଵା ପ୍ରଚାର ପ୍ରସାର କୁ ବ୍ୟାପକ କରିବା ପାଇଁ ଦୁଇ ମାସିଆ କାଜ୍ୟକ୍ରମ ଆନ୍ତର୍ଜାତିକ ଯୁବ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉଦଘାଟନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏଡସ ର କାରଣ,ନିରାକରଣ, ଇତିହାସ ଓ ଦେଶ,ରାଜ୍ୟ, ଜିଲ୍ଲା ରେ ଏଡ୍ସ ରୋଗୀ ସଂଖ୍ୟା ବିଷୟରେ ଛାତ୍ର ଛାତ୍ରୀଙ୍କୁ ସୂଚନା ଦେଇଥିଲେ। ଏସ.ଟି. ଆଇ, ଆର.ଟି.ଆଇ ବିଷୟରେ ଅବଗତ କରାଇ ଥିଲେ। ଏଡ୍ସ ରୋଗୀ ଙ୍କ ପ୍ରତି ସ୍ନେହ ଓ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସାହିତ କରାଯାଇଥିଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମଟିକୁ ୱାଇ. ଆର.ସି ସଂଯୋଜିକା କଳ୍ପନା ପଣ୍ଡା ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଓ ପୁରସ୍କାର ପ୍ରଦାନ କରାଯାଇଥିଲା