Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଏବଂ ସାଇବର ସୁରକ୍ଷା କୁ ନେଈ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସଚେତନତାକାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୪/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଏବଂ ସାଇବର କ୍ରାଇମ ଓ ଇକୋନୋମିକ ଅଫେନ୍ସେସ୍ (CC & EO) ଥାନା, ଗଜପତି ପାରଳାଖେମୁଣ୍ଡି: ସି.ଆଇ.ଡି. କ୍ରାଇମବ୍ରାଞ୍ଚ (CID-CB), ଓଡ଼ିଶା ଦ୍ୱାରା ପ୍ରାୟୋଜିତ ଏବଂ ପରିଚାଳିତ ଏକ ବ୍ୟାପକ ସାଇବର ସୁରକ୍ଷା ଓ ସଚେତନତା କାର୍ଯ୍ୟକ୍ରମ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗଜପତି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ଏବଂ ଗଜପତି ଜିଲ୍ଲା ପୋଲିସର ବରିଷ୍ଠ ଅଧିକାରୀଙ୍କ ସମେତ ସାଇବର କ୍ରାଇମ ଓ ଇକୋନୋମିକ ଅଫେନ୍ସେସ୍ (CC & EO) ଥାନାର ଅଧିକାରୀମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କର୍ମଚାରୀମାନଙ୍କୁ ସାଇବର ସୁରକ୍ଷା ନିୟମ, ସୋସିଆଲ ମିଡିଆର ସୁରକ୍ଷିତ ବ୍ୟବହାର ତଥା ଆର୍ଥିକ ଠକେଇ, ଡିଜିଟାଲ ଆରେଷ୍ଟ ଓ ପରିଚୟ ଚୋରି (ଆଇଡେଣ୍ଟିଟି ଥେଫ୍ଟ) ଭଳି ସାଇବର ଅପରାଧରୁ ବର୍ତ୍ତିବା ଉପରେ ସଚେତନ କରିଥିଲେ। ଛାତ୍ରଛାତ୍ରୀମାନଙ୍କୁ ନିଜର ବ୍ୟକ୍ତିଗତ ତଥ୍ୟ ସୁରକ୍ଷିତ ରଖିବା, କାହା ସହ OTP ସେୟାର ନକରିବା ଏବଂ କୌଣସି ଅଜଣା ଲିଙ୍କ୍ ଉପରେ କ୍ଲିକ୍ ନକରିବା ପାଇଁ ପରାମର୍ଶ ଦିଆଯାଇଥିଲା। ଏଥିସହ କୌଣସି ପ୍ରକାର ସାଇବର ଠକେଇ କିମ୍ବା ନିର୍ଯାତନାର ଶିକାର ହେଲେ ତୁରନ୍ତ ଜାତୀୟ ସାଇବର ହେଲ୍ପଲାଇନ ନମ୍ବର ୧୯୩୦ (1930), ଅଫିସିଆଲ୍ ପୋର୍ଟାଲ (cybercrime.gov.in) କିମ୍ବା ପାରଳାଖେମୁଣ୍ଡି ସ୍ଥିତ CC & EO ଥାନାରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି, ଯାହାକି ଛାତ୍ର ସମାଜକୁ ଏକ ଡିଜିଟାଲ୍ ସୁରକ୍ଷିତ ପରିବେଶ ଯୋଗାଇବାରେ ଗଜପତି ପୋଲିସର ପ୍ରତିବଦ୍ଧତାକୁ ଦର୍ଶାଉଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।