Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Maharashtra Hospital Fire Incident: ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ୩ ଶିଶୁଙ୍କ ମୃତ୍ୟୁ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲରେ ସୋମବାର ଭୋର ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲର ତୃତୀୟ ମହଲାରେ ଥିବା Neonatal Intensive Care Unit (NICU)ରେ ନିଆଁ ଲାଗିବା ଯୋଗୁଁ ୩ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛି। ଭୋର ପ୍ରାୟ ସାଢ଼େ ୩ଟା ସମୟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ନିଆଁ ଲାଗିବା ସମୟରେ NICUରେ ପ୍ରାୟ ୩୯ ଜଣ ନବଜାତ ଶିଶୁ ଚିକିତ୍ସାଧୀନ ଥିଲେ। ହଠାତ୍ ନିଆଁ ଓ ଧୂଆଁ ବ୍ୟାପିବା ପରେ ଡ୍ୟୁଟିରେ ଥିବା ଡାକ୍ତର, ନର୍ସ ଓ ହସ୍ପିଟାଲ କର୍ମଚାରୀମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଅନ୍ୟ ଶିଶୁମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିବା ବେଳେ, ୬ ଜଣ ଗୁରୁତର ନବଜାତଙ୍କୁ ଚିକିତ୍ସା ପାଇଁ ସୁପର ସ୍ପେସିଆଲିଟି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ପ୍ରାଥମିକ ସୂଚନା ଅନୁସାରେ, ଭେଣ୍ଟିଲେଟର୍‌ରେ ଅପ୍ରତ୍ୟାଶିତ ବିସ୍ଫୋରଣ କିମ୍ବା short circuit ଯୋଗୁଁ ନିଆଁ ଲାଗିଥାଇପାରେ ବୋଲି ସନ୍ଦେହ କରାଯାଉଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ନେଇ ତଦନ୍ତ ପରେ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ। ଘଟଣାକୁ ନେଇ ହସ୍ପିଟାଲ ପରିସରରେ ଶୋକର ଛାୟା ଖେଳିଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ