Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ

ପାରଳାଖେମୁଣ୍ଡି:୨୪/୮ ବେଆଇନ ଜୁଆ କାରବାର ବିରୋଧରେ ଚାଲିଥିବା ଅଭିଯାନ କ୍ରମେ ପାରଳାଖେମୁଣ୍ଡି ପୋଲିସ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି *ନୀଳା ପାଲେଇ (୨୭), ଲୋକେଶ୍ୱର ବରଡା (୨୪), ସନ୍ତୋଷ ସାହୁ (୨୬), ଦିଲ୍ଲୀ ପାସପୁରେଡ୍ଡୀ (୪୭), ଜୟରାମ ସ୍ୱାଇଁ (୩୦) ଏବଂ ହରେକୃଷ୍ଣ ବାରିକ (୪୧) ଙ୍କ ସମେତ ମୋଟ ୬ ଜଣଙ୍କୁ ଧରିଛି।ଏହି ଚଢ଼ାଉ ସମୟରେ ସେମାନଙ୍କ ନିକଟରୁ ନଗଦ ଟଙ୍କା ୧୬,୦୦୦/-, ୩ଟି ମୋଟରସାଇକେଲ/ସ୍କୁଟି ଏବଂ ୬ଟି ମୋବାଇଲ ଫୋନ ଜବତ କରାଯାଇଛି। ଏ ସମ୍ପର୍କରେ ଆଇନ ଅନୁଯାୟୀ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ପାରଳାଖେମୁଣ୍ଡି ସହରରେ ଜୁଆ ଏବଂ ଅନ୍ୟାନ୍ୟ ବେଆଇନ କାର୍ଯ୍ୟକଳାପ ବିରୋଧରେ ଗଜପତି ପୋଲିସର ଅଭିଯାନ ଆଗାମୀ ଦିନରେ ମଧ୍ୟ ଜାରି ରହିବ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories