Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Heavy Rain Alert: ଓଡ଼ିଶାର ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ୨୭ ଯାଏଁ ଲାଗିରହିବ ବର୍ଷା!

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ବଢ଼ିବାର ଆଶଙ୍କା ରହିଛି। ପ୍ରବଳ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ରାଜ୍ୟର ୬ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ଓ ସୁବର୍ଣ୍ଣପୁରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ହଳଦିଆ ଆଲର୍ଟ ଜାରି କରାଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ ଅଧିକ ରହିବା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ମଧ୍ୟ ପ୍ରାୟ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ହଳଦିଆ ଆଲର୍ଟ ଜାରି ହୋଇଛି।

IMDର ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିପାରେ। ଏହାପରେ ଧୀରେଧୀରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ