Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ ଅବସର ରେ ପ୍ରକୃତି ମିତ୍ର ସମ୍ମାନିତ ହେଲା ଲଡୁଗାଁ ଉଚ୍ଚ ବିଦ୍ୟାଳୟ

କୋକସରା: ରାଜ୍ୟ ସ୍ତରୀୟ ବିଶ୍ୱ ପରିବେଶ ଦିବସ ପ୍ରକୃତି ମିତ୍ର ଉତ୍ସଵ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ କନ୍ଫରେନ୍ସ ହଲ ଠାରେ ସୋମବାର ଆୟୋଜିତ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ର ଲଡୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ୨୦୨୩ ପାଇଁ ପ୍ରକୃତି ମିତ୍ର ପୁରସ୍କାର ରେ ସମ୍ମାନିତ କରାଯାଇଛି। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ପରିବେଶ, ଜଳବାୟୁ ପରିବର୍ତ୍ତନ,ପଞ୍ଚାୟତି ରାଜ,ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇ ପ୍ରକୃତି ମିତ୍ର ପାଇଥିବା ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ର କର୍ମକର୍ତ୍ତା ଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରିବା ସହ ଉତ୍ସାହିତ କରିଛନ୍ତି। ଏହି କ୍ରମରେ କୋକସରା ବ୍ଲକ ର ଲଡୁଗାଁ ଉଚ୍ଚ ବିଦ୍ୟାଳୟ ପରିବେଶ ସୁରକ୍ଷା ଓ ସନ୍ତୁଳନ ପାଇଁ ପ୍ରକୃତି ମିତ୍ର ପୁରସ୍କାର ରେ ସମ୍ମାନିତ ହୋଇଥିବା ବେଳେ ସ୍କୁଲ ପକ୍ଷରୁ ଶିକ୍ଷକ ବୁଦ୍ଧିରାମ ନାଏକ ମୁଖ୍ୟ ଅତିଥି ଙ୍କ ଠାରୁ ଟ୍ରଫି ସହ ମାନପତ୍ର ଗ୍ରହଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ