Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିଜିଲ୍ଲା ଶିକ୍ଷାଧିକାରୀ ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ ପକ୍ଷରୁ ନୂଆଦିଲ୍ଲୀ ଠାରେ ସମ୍ମାନିତ

ଗଜପତିଜିଲ୍ଲା ଶିକ୍ଷାଧିକାରୀ ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ ପକ୍ଷରୁ ନୂଆଦିଲ୍ଲୀ ଠାରେ ସମ୍ମାନିତ
ପାରଳାଖେମୁଣ୍ଡି:୫/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ପ୍ରଶାସନରେ ନବସୃଜନ ଏବଂ ଉନ୍ନତ ଶିକ୍ଷାଭ୍ୟାସ ଗୁଡ଼ିକ ପାଇଁ ଗଜପତି ଜିଲ୍ଲାର ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁ ଜାତୀୟ ସ୍ତରରେ ନୂଆଦିଲ୍ଲୀ ଠାରେ ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ ପକ୍ଷରୁ ୨୦୨୪-୨୫ ପାଇଁ ସମ୍ମାନୀତ ହୋଇଛନ୍ତି ।ନୂଆଦିଲ୍ଲୀ ଠାରେ ବିଶ୍ୱବିଦ୍ୟାଳୟ ଭାବେ ବିବେଚିତ “ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ” ପକ୍ଷରୁ ଅନୁଷ୍ଠିତ ଏକ ଏୱାର୍ଡ ପ୍ରଦାନ ସମାରୋହରେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ଡ.ମାୟାଧର ସାହୁଙ୍କୁ ଶିକ୍ଷା ପ୍ରଶାସନ କ୍ଷେତ୍ରରେ ତାଙ୍କର ନବସ୍ରୁଜନ ଏବଂ ଭଲ ଶିକ୍ଷା ପାରିଦର୍ଶିତାର ଅଭ୍ୟାସ ଗୁଡ଼ିକର ଭୂମିକାକୁ ସ୍ୱୀକୃତି ପ୍ରଦାନ ପୂର୍ବକ ତାଙ୍କୁ ସମ୍ମାନିତ କରାଯିବା ସହ ପ୍ରଶଂସା ପତ୍ର ପ୍ରଦାନ କରାଯାଇଛି ।ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ(ନିପା) ପକ୍ଷରୁ ଆୟୋଜିତ ଏହି ସମାରୋହରେ “ନିପା”ର କୁଳପତି ପ୍ରଫେସର ଶଶୀକଳା ଓ୍ୱାଞ୍ଜାରୀ ଏବଂ କାର୍ଯ୍ୟକ୍ରମ ନିର୍ଦ୍ଦେଶକ ବିନିତା ଶିରୋହୀ’ଙ୍କ ସହ ଅନ୍ୟମାନଙ୍କ ଗହଣରେ ଗଜପତି ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ସାହୁ’ଙ୍କୁ ଏହି ବିରଳ ସମ୍ମାନ ପ୍ରଦାନ ଗତ ୩ ସେପ୍ଟେମ୍ବର ୨୦୨୬ ରେ ନୂଆଦିଲ୍ଲୀ ଠାରେ ପ୍ରଦାନ କରାଯାଇଛି ।ଗଜପତି ଜିଲ୍ଲାରେ ଡ଼ଃ ସାହୁ ଗତ ୨ ବର୍ଷ ମଧ୍ୟରେ ଗଜପତି ଜିଲ୍ଲାରେ ଜିଲ୍ଲା ଶିକ୍ଷାଧିକାରୀ ଭାବେ ଦାୟିତ୍ୱ ଭାର ନେବାଠୁ ଗଜପତି ଜିଲ୍ଲାର ଶିକ୍ଷା ବ୍ୟବସ୍ଥାରେ ଅଭୂତପୂର୍ବ ପରିବର୍ତ୍ତନ ଆଣି ରାଜ୍ଯସ୍ତରରେ ଗଜପତି ଜିଲ୍ଲାକୁ ସର୍ବଶ୍ରେଷ୍ଠ ସ୍ଥାନ ଦେବାରେ ତାଙ୍କର ପ୍ରମୁଖ ଭୂମିକା ରହିଛି। ଏହାଛଡା ପ୍ରୟାସ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଜରିଆରେ ଦଳଗତ କାର୍ଯ୍ୟକ୍ରମ ଦ୍ୱାରା ସମଗ୍ର ଜିଲ୍ଲାରେ ଶିକ୍ଷାରେ ଏକ ନୂତନ ପରିବେଶ ସ୍ରୁଷ୍ଟି କରିବାରେ ତାଙ୍କର ଅହଂ ଭୂମିକା ସମ୍ପାଦନ କରିଛନ୍ତି। ଯାହାଦ୍ୱାରା ସେ ଜାତୀୟ ସ୍ତରରେ ପ୍ରଶଂସିତ ହେବାସହ ଜିଲ୍ଲାର ଗୌରବ ଓ ସମ୍ମାନକୁ ଅକ୍ଷୁର୍ଣ୍ଣ ରଖି ପାରିଛନ୍ତି। ତାଙ୍କର ଏହି ବିରଳ ସମ୍ମାନ ପାଇଁ ଗଜପତି ଜିଲ୍ଲାର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ,ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତାଗଣ ଡ.ସାହୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।