Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁବଳୟା ମହାବିଦ୍ୟାଳୟ ରେ ପ୍ରକୃତି କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଳିତ

ବୀରମହାରାଜପୁର : ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସାହ ଓ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ରମାକାନ୍ତ ପୁରୋହିତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ସୋନପୁର ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର ଖେତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗଙ୍ଗାଧରଙ୍କ ସାହିତ୍ୟ କିପରି ମଣିଷର ଜୀବନକୁ ପରିଚାଳିତ ଓ ପରିମାର୍ଜିତ କରିବାରେ ଦିଗଦର୍ଶନ ଦେଇଥାଏ, ସେ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ । ବିଶେଷକରି ସମାଜରେ ନାରୀଙ୍କୁ ସମ୍ମାନ ଓ ଉଚ୍ଚ ସ୍ଥାନ ପ୍ରଦାନ କରିବାରେ ଗଙ୍ଗାଧରଙ୍କ ଲେଖନୀର ଭୂମିକାକୁ ସେ ଚମତ୍କାର ଭାବେ ବ୍ୟାଖ୍ୟା କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ