Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Cyclone Fear: ଆଣ୍ଡାମାନ ସାଗରରେ ଘନୀଭୂତ ଘୂର୍ଣ୍ଣିବଳୟ, ୧୯ରେ ଲଘୁଚାପ; ୨୨ରୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଆଣ୍ଡାମାନ ସାଗର ଅଞ୍ଚଳରେ ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ। ଉତ୍ତର ଥାଇଲାଣ୍ଡ ଉପରେ ଥିବା ଏହି ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳକୁ ଆସିବା ପରେ ସେପ୍ଟେମ୍ବର ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ସେପ୍ଟେମ୍ବର ୨୧ ସୁଦ୍ଧା ଅବପାତର ରୂପ ନେଇପାରେ। ପାଣିପାଗ ପରିସ୍ଥିତି ଅନୁକୂଳ ରହିଲେ ଏହା ଗଭୀର ଅବପାତ କିମ୍ବା ଅଧିକ ଶକ୍ତିଶାଳୀ ପ୍ରଣାଳୀରେ ପରିଣତ ହେବାର ସମ୍ଭାବନା ନେଇ ମଧ୍ୟ ଆକଳନ କରାଯାଉଛି।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିପାରେ। ଏହାର ପ୍ରଭାବରେ ସେପ୍ଟେମ୍ବର ୨୨ରୁ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ଆରମ୍ଭ ହେବାର ଆଶଙ୍କା ରହିଛି। ସେପ୍ଟେମ୍ବର ୨୩ରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ଏହି ବର୍ଷାର ପ୍ରଭାବ ସେପ୍ଟେମ୍ବର ୨୫ ପର୍ଯ୍ୟନ୍ତ ଅଧିକ ରହିପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି।

କୃଷି ପାଣିପାଗ ବିଜ୍ଞାନୀ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁସାରେ, ୨୨ ତାରିଖରୁ ବର୍ଷା ବଢ଼ିପାରେ ଏବଂ ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ଏବେଠାରୁ ନିଶ୍ଚିତ ଭାବେ କହିହେବ ନାହିଁ। ସମ୍ଭାବ୍ୟ ପ୍ରଣାଳୀର ଗତିପଥ ଏବଂ ଉପକୂଳ ଅତିକ୍ରମ ସ୍ଥାନ ମଧ୍ୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପାଣିପାଗ ବୈଜ୍ଞାନିକ ବିଶ୍ୱଜିତ ସାହୁଙ୍କ ମତରେ ମଧ୍ୟ ୨୨ରୁ ବର୍ଷା ଆରମ୍ଭ ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ଅଧିକ ରହିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories